Masthead

ଓଃ…କୋହଲା ପାଗକୁ ବର୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପାଗ କୋହଲା ଓ ମେଘୁଆ ରହିବ। କିଛି ଜାଗାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଏମିତି ରହିପାରେ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ବଡ଼ ବର୍ଷା ସମ୍ଭାବନା କମ୍‌ ରହିଛି । ମାତ୍ର ଯେତିକି ବି ବର୍ଷା ହେବ, ତାହାକୁ ନେଇ ଚାଷୀ ମନରେ ଆଶଙ୍କା ବଢ଼ିଛି । ଉପକୂଳ ଓଡ଼ିଶା କଟକ, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର ଆଦି ଅଞ୍ଚଳରେ ବର୍ତ୍ତମାନ ଧାନ ଅମଳ ସମୟ ।

ତେବେ ଦକ୍ଷିଣ ବଙ୍ଗୋପସାଗରରେ ସକ୍ରିୟ ରହିଛି ଲଘୁଚାପ। ଏହାର ପ୍ରଭାବରେ ଆଜିଠୁ ଆସନ୍ତା ୨ ଦିନ ପର୍ୟ୍ୟନ୍ତ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ଦକ୍ଷିଣ ଓଡ଼ିଶା ସମେତ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ୧୯ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଜି ସକାଳ ସାଢ଼େ ୮ଟାରୁ ୨୧ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଉପକୂଳ ଓଡ଼ିଶାର କିଛି ଅଞ୍ଚଳରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।

ସେହି ଜିଲ୍ଲା ଗୁଡ଼ିକ ହେଲା କୋରାପୁଟ, ମାଲକାନଗିରି, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ବଲାଙ୍ଗିର, ବୌଦ୍ଧ, ସୋନପୁର, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ୨୧ ତାରିଖ ସକାଳ ସାଢ଼େ ୮ଟାରୁ ୨୨ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ହାଲକା ବର୍ଷା ହେବାର ସମ୍ଭାବନା ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ