Masthead

ଆସନ୍ତା ୨୪ ତାରିଖରୁ ପୁଣି ବର୍ଷା ସମ୍ଭାବନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଲଗାଣ ବର୍ଷା ପରେ ପୁଣି ଫେରିଛି ଶୀତ । ଅଳ୍ପ ପରିମାଣର ଶୀତ ଅନୁଭୂତ ହେଉଥିଲେ ମଧ୍ୟ ସାରା ଅଞ୍ଚଳକୁ ଢାଙ୍କି ରଖିଛି କୁହୁଡି । ଦୁଇ ଦିନ ଧରି ମେଘୁଆ ପାଗ ସହ ଝିପିଝିପି ବର୍ଷା ହେବା କାରଣରୁ ଶୀତ ପ୍ରକୋପ କମି ଯାଇଥିଲା । କିନ୍ତୁ ସୋମବାର ଧୀରେ ଧୀରେ ଶୀତ ପ୍ରକୋପ ବଡିବା ସହ ପାରଦ ଖସିବାରେ ଲାଗିଛି । ଦିନ ୧୦ଟା ପର୍ଯ୍ୟନ୍ତ ସାରା ଅଞ୍ଚଳ କୁହୁଡିରେ ଢାଙ୍କି ରହୁଛି । ରାସ୍ତାରେ ୧୦ ମିଟର ଦୂରତା ପରେ କିଛି ବି ଦେଖା ଯାଉନାହିଁ ।

ପାଣିପାଗରେ ଅଚାନକ ପରିବର୍ତ୍ତନ କାରଣରୁ ସ୍ୱାସ୍ଥ୍ୟ ସମସ୍ୟା ଉପୁଜିବା ସହ ଚାଷ କାମରେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି ଅଞ୍ଚଳବାସୀ । ତେବେ ଆସନ୍ତା ୨୪ ତାରିଖରୁ ପୁଣି ବର୍ଷା ସମ୍ଭାବନା ଥିବାରୁ ୩ଦିନ ପର୍ଯ୍ୟନ୍ତ ରାତି ତାପମାତ୍ରାରେ ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି। ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ ପଶ୍ଚିମ-ଦକ୍ଷିଣ-ପଶ୍ଚିମ ଦିଗରେ ଗତିକରି ଆଗାମୀ ୨୪ ତାରିଖ ବେଳକୁ ଉତ୍ତର ତାମିଲନାଡ଼ୁ ପାର୍ଶ୍ୱ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ନିକଟତର ହେବ। ଏହା ପ୍ରଭାବରେ ଓଡିଶା ଉପରେ ଏକ ପୂର୍ବାଳୀ ନିମ୍ନଚାପ ରେଖା ସୃଷ୍ଟି ହେବାର ସମ୍ଭାବନା ରହିଛି।

ଏଥିଯୋଗୁ ଦକ୍ଷିଣ-ପୂର୍ବ ଦିଗରୁ ଜଳୀୟବାଷ୍ପ ପୂର୍ଣ୍ଣ ସାମୁଦ୍ରିକ ବାୟୁ ରାଜ୍ୟ ମଧ୍ୟକୁ ପ୍ରବେଶ କରିବା ଫଳରେ ଦକ୍ଷିଣ ଉପକୂଳ ସମେତ ପାଶ୍ୱର୍ବର୍ତ୍ତୀ ଉତ୍ତର ଉପକୂଳ ଓଡ଼ିଶାରେ ବର୍ଷା ହେବ। ୨୪ ତାରିଖରେ ରାୟଗଡ଼ା, ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଢେଙ୍କାନାଳ, ନୟାଗଡ଼, କୋରାପୁଟ, ମାଲକାନଗିରି, କନ୍ଧମାଳ ଆଦି ଜିଲାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଅନ୍ୟପକ୍ଷରେ ସୋମବାର ଓ ମଙ୍ଗଳବାର ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, କଳାହାଣ୍ଡି ଓ ଅନୁଗୋଳ ଜିଲାରେ ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି କନ୍ଧମାଳ, ରାୟଗଡ଼ା, କୋରାପୁଟ, ବଲାଙ୍ଗୀର, ବରଗଡ଼ ଆଦି ଜିଲାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ିର ଆସ୍ତରଣ ଦେଖିବାକୁ ମିଳିବ ବୋଲି ପାଣିପାଗ କେନ୍ଦ୍ରରରୁ ଜଣାପଡିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ