Masthead

କଲବଲ କରୁଛି ଶୀତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାତି ତାପମାତ୍ରା ଆହୁରି କମିବ । ଆସନ୍ତା ୨୪ ଘଣ୍ଟା ଭିତରେ ବଢ଼ିବ ଶୀତ ପ୍ରକୋପ । କେତେକ ସ୍ଥାନରେ ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲ୍‌ସିୟସ୍‌ କମିପାରେ । ଏଭଳି ପୂର୍ବାନୁମାନ କରିଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର । କଲବଲ କରୁଛି ପ୍ରବଳ ଜାଡ଼ । ଶୀତରେ ଦେହ ଥରି ଉଠୁଛି । ଗତକାଲି ତାପମାତ୍ରା ୨ରୁ ୩ ଡିଗ୍ରୀ କମିବା ନେଇ ପାଣିପାଗ ବିଭାଗ ଆକଳନ କରିଥିଲା । ସେହିପରି ଅଳ୍ପରୁ ମଧ୍ୟମ ଧରରଣ କୁହୁଡ଼ି ନେଇ ଆକଳନ କରାଯାଇଛି ।

କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଯାଜପୁର, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, କଳାହାଣ୍ଡି ଓ ନୟଗଡ଼ରେ ଅଳ୍ପରୁ ମଧ୍ୟମ ଧରଣର କୁହୁଡ଼ି ହୋଇପାରେ। ତେବେ ଆଗାମୀ ୪ ଦିନ ତାପମାତ୍ରାରେ ବେଶୀ ପରିବର୍ତ୍ତନ ହେବନି ବୋଲି ପାଣିପାଗ ବିଭାଗ କହିଛି । ଡିସେମ୍ବରରେ ଦୁଇଟି ପର୍ଯ୍ୟାୟରେ ୧୦ ଦିନ ରାଜ୍ୟରେ ଶୀତ ଅନୁଭୂତ ହୋଇଥିଲା । ଆକଳନ ଅନୁସାରେ ୨ ତାରିଖରେ ରାଉରକେଲା ଓ କେନ୍ଦୁଝରରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ, ଫୁଲବାଣୀ ଓ ସୁନ୍ଦରଗଡ଼ ୯ ଡିଗ୍ରୀ, ବାରିପଦା ଏବଂ ଅନୁଗୁଳ ୧୧, କଟକ ୧୪, ଭୁବନେଶ୍ୱର ୧୫ ଡିଗ୍ରୀ ସେଲସିୟସ୍‌ ରହିପାରେ । ଦିନକ ପରେ ଅନେକ ସ୍ଥାନରେ ପାରଦ ସାମାନ୍ୟ ବଢ଼ିପାରେ । ୩ ତାରିଖରେ ଭୁବନେଶ୍ୱର ୧୬, ରାଉରକେଲା ୧୧ ଡିଗ୍ରୀ ରହିପାରେ ।

୩୧ ଡିସେମ୍ବର ରାତିରେ ରାଜ୍ୟର ୧୮ଟି ସ୍ଥାନରେ ତାପମାତ୍ରା ୧୫ ଡିଗ୍ରୀରୁ କମ୍‌ ଥିଲା । ଝାରସୁଗୁଡ଼ା ୯.୨ ଡିଗ୍ରୀ ସେଲସିୟସ୍‌, ସୁନ୍ଦରଗଡ଼ ୧୦.୭, ଫୁଲବାଣୀ ୧୧, ଦାରିଙ୍ଗିବାଡ଼ି ୧୧.୫, କେନ୍ଦୁଝର ୧୨.୪, ବାରିପଦା ୧୨.୬, ଅନୁଗୁଳ ୧୩, ସୋନପୁର ୧୨.୯, ବାଲେଶ୍ୱର ୧୩.୩, ବଲାଙ୍ଗୀର ୧୩.୫, ତାଳଚେର ୧୩.୬, ସମ୍ବଲପୁର ୧୩.୬, ଭବାନୀପାଟଣା ୧୩.୮ ଡିଗ୍ରୀ ଥିଲା । ଭୁବନେଶ୍ୱର ୧୬.୪ ଓ କଟକ ଥିଲା ୧୫.୨ ଡିଗ୍ରୀ ସେଲସିୟସ୍‌ । ୨ ତାରିଖ ସକାଳେ ଅନୁଗୁଳ ଓ କନ୍ଧମାଳରେ ଘନ କୁହୁଡ଼ି ଆଶଙ୍କା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି