Masthead

ହାଡ଼ ଭାଙ୍ଗୁଛି ଜାଡ଼

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଥରୁଛି ଓଡ଼ିଶା । ଶୀତ ଜନଜୀବନ ହେଉଛି ଅସ୍ତବ୍ୟସ୍ତ । କମୁଛି ପାରଦ । ଚାରଆଡ଼େ ଖାଲୀ ଧୂଆଁମୟ । କୁହୁଡିରେ ଆଚ୍ଛାଦିତ ରାସତିା । ଆସନ୍ତା ୪ ଦିନ ରାଜ୍ୟରେ ଅଧିକ ଶୀତ ଅନୁଭୂତ ହେବ । ଆଗାମୀ ତିନି ଦିନ ଫୁଲବାଣୀ ଓ ରାଉରକେଲାରେ ପାରଦ ୭ ଡିଗ୍ରୀ ସେଲସିୟସ୍‌ ରହିବ । ରାଜ୍ୟର ଅଧିକାଂଶ ସ୍ଥାନର ରାତି ତାପମାତ୍ରା ୧୨ରୁ ୧୩ ଡିଗ୍ରୀ ତଳକୁ ଖସିବ । ଅନେକ ସ୍ଥାନରେ ପାରଦ ୧୦ ଡିଗ୍ରୀ ବା ଏହାଠାରୁ ତଳେ ରହିବ । ରାଜ୍ୟରେ ଶୀତକୁ ନେଇ ପାଣିପାଗ ବିଭାଗ ଏଭଳି ପୂର୍ବାନୁମାନ କରିଛି ।

ତେବେ ସପ୍ତାହ ପରେ ଶୀତ ପୂରା କମିଯିବ ବୋଲି ପାଣିପାଗ ବିଶେଷଜ୍ଞ କହିଛନ୍ତି । ଶନିବାର ଫୁଲବାଣୀ ଓ ରାଉରକେଲାରେ ରାତି ତାପମାତ୍ରା ୭ ଡିଗ୍ରୀ, ଝାରସୁଗୁଡ଼ାରେ ୮ ଡିଗ୍ରୀ, ଅନୁଗୁଳରେ ୯, ଭବାନୀପାଟଣା ଓ ସୁନ୍ଦରଗଡ଼ରେ ୧୦, କୋରାପୁଟ, ନବରଙ୍ଗପୁର, ବାରିପଦା ଓ ବାଲେଶ୍ୱରରେ ୧୧ ଡିଗ୍ରୀ ରହିବ ବୋଲି ବିଭାଗ ଆକଳନ କରିଛି । ରାଜଧାନୀ ଭୁବନେଶ୍ୱରରେ ରାତି ତାପମାତ୍ରା ୧୩ ଡିଗ୍ରୀ ରହିବ । ପାଣିପାଗ ବିଭାଗ ପୁଣି ଆକଳନ କରିଛି, ସୋମବାରଠାରୁ ରାତି ତାପମାତ୍ରା ସାମାନ୍ୟ ବଢ଼ିବ । କିଛି ସ୍ଥାନରେ ରାତି ତାପମାତ୍ରା ୨ରୁ ୩ ଡିଗ୍ରୀ ବଢ଼ିବ । ଗୁରୁବାର ପାରଦ ସବୁଠୁ କମ୍‌ ବା ୭.୨ଡିଗ୍ରୀ ଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା