Masthead

ମାଘରେ ହେବ ବାଘ ଭଳି ଶୀତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମାଘରେ ହେବ ବାଘ ଭଳି ଶୀତ । ଆସନ୍ତା ୧୭ରୁ ରାଜ୍ୟରେ ପୁଣି ବଢିବ ଥଣ୍ଡା। ଉପାନ୍ତରୁ ଉପକୂଳ ସବୁଠି ଥରାଇବ ଜାଡ। ସ୍ବାଭାବିକ ଠାରୁ ୨ରୁ ୪ ଡିଗ୍ରୀ ପର୍ୟ୍ୟନ୍ତ ତାପମାତ୍ରା କମିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଶନିବାର ଜି ଉଦୟଗିରିରେ ରାତି ତାପମାତ୍ରା ୫.୨ ଡିଗ୍ରୀ ଥିଲା । ରବିବାର ଏହା ୭.୨ ଡିଗ୍ରୀକୁ ବଢ଼ିଛି । ରାଉରକେଲାରେ ୧୦ ଡିଗ୍ରୀରୁ ବଢ଼ି ୧୨ ଡିଗ୍ରୀରେ ପହଞ୍ଚିଛି । ୧୦ରୁ ଅଧିକ ସହରରେ ପାରଦ ୧୪ ଡିଗ୍ରୀରୁ ୧୬ ଡିଗ୍ରୀ ରହିଛି ।

ରାତି ତାପମାତ୍ରା ବଢ଼ିବା ଯୋଗୁ ଶୀତ ସାମାନ୍ୟ କମିଛି । ଆସନ୍ତା ୪ ଦିନ ଯାଏ ଏଭଳି ସ୍ଥିତି ଜାରି ରହିବ । ଏହାପରେ ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ ଖସିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ସେପଟେ ପଶ୍ଚିମା ଝଡର ପ୍ରଭାବ କମିବା ପରେ ରାଜ୍ୟକୁ ଉତ୍ତର ପଶ୍ଚିମ ଦିଗରୁ ଥଣ୍ଡା ପବନ ପ୍ରବାହ ବଢିବ। ଫଳରେ ରାଜ୍ୟରେ ପୁଣି ଶୀତ ଲହରୀ ଅନୁଭୁତ ହେବ । ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗରେ କୌଣସି ପରିବର୍ତ୍ତନ ହେବ ନାହିଁ । ରାତି ତାପମାତ୍ରା ସ୍ବାଭାବିକ ଠାରୁ ଅଧିକ ରହିବ। ୧୬ ତାରିଖ ଯାଏ ଘନ କୁହୁଡି ନେଇ ସତର୍କତା ଜାରି କରିଛି ପାରିପାଗ କେନ୍ଦ୍ର।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ