Masthead

ମାଘରେ ହେବ ବାଘ ଭଳି ଶୀତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମାଘରେ ହେବ ବାଘ ଭଳି ଶୀତ । ଆସନ୍ତା ୧୭ରୁ ରାଜ୍ୟରେ ପୁଣି ବଢିବ ଥଣ୍ଡା। ଉପାନ୍ତରୁ ଉପକୂଳ ସବୁଠି ଥରାଇବ ଜାଡ। ସ୍ବାଭାବିକ ଠାରୁ ୨ରୁ ୪ ଡିଗ୍ରୀ ପର୍ୟ୍ୟନ୍ତ ତାପମାତ୍ରା କମିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଶନିବାର ଜି ଉଦୟଗିରିରେ ରାତି ତାପମାତ୍ରା ୫.୨ ଡିଗ୍ରୀ ଥିଲା । ରବିବାର ଏହା ୭.୨ ଡିଗ୍ରୀକୁ ବଢ଼ିଛି । ରାଉରକେଲାରେ ୧୦ ଡିଗ୍ରୀରୁ ବଢ଼ି ୧୨ ଡିଗ୍ରୀରେ ପହଞ୍ଚିଛି । ୧୦ରୁ ଅଧିକ ସହରରେ ପାରଦ ୧୪ ଡିଗ୍ରୀରୁ ୧୬ ଡିଗ୍ରୀ ରହିଛି ।

ରାତି ତାପମାତ୍ରା ବଢ଼ିବା ଯୋଗୁ ଶୀତ ସାମାନ୍ୟ କମିଛି । ଆସନ୍ତା ୪ ଦିନ ଯାଏ ଏଭଳି ସ୍ଥିତି ଜାରି ରହିବ । ଏହାପରେ ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ ଖସିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ସେପଟେ ପଶ୍ଚିମା ଝଡର ପ୍ରଭାବ କମିବା ପରେ ରାଜ୍ୟକୁ ଉତ୍ତର ପଶ୍ଚିମ ଦିଗରୁ ଥଣ୍ଡା ପବନ ପ୍ରବାହ ବଢିବ। ଫଳରେ ରାଜ୍ୟରେ ପୁଣି ଶୀତ ଲହରୀ ଅନୁଭୁତ ହେବ । ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗରେ କୌଣସି ପରିବର୍ତ୍ତନ ହେବ ନାହିଁ । ରାତି ତାପମାତ୍ରା ସ୍ବାଭାବିକ ଠାରୁ ଅଧିକ ରହିବ। ୧୬ ତାରିଖ ଯାଏ ଘନ କୁହୁଡି ନେଇ ସତର୍କତା ଜାରି କରିଛି ପାରିପାଗ କେନ୍ଦ୍ର।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା