ମାଘରେ ବାଘ ଭଳି ଶୀତ ନୁହେଁ ହେବ ବାଘ ଭଳି ଖରା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କଥାରେ ଅଛି ମାଘରେ ବାଘ ଭଳି ଶୀତ । କିନ୍ତୁ ଚିତ୍ର ଓଲଟା । ବାଘ ଭଳି ଶୀତ ନୁହେଁ ବାଘ ଭଳି ହେବ ଖରା । ଏବେଠୁ କଲବଲ କଲାଣି ଖରା। ବୁଧବାର ଝାରସୁଗୁଡ଼ାରେ ୩୭ ଡିଗ୍ରୀ ସେଲସିୟସ୍‌, ଭୁବନେଶ୍ବରରେ ୩୪ ଡିଗ୍ରୀ ଡେଇଁଲା ତାପମାତ୍ରା। ଫେବ୍ରୁଆରୀ ଦ୍ବିତୀୟ ସପ୍ତାହରେ ପ୍ରଚଣ୍ଡ ଖରାକୁ ନେଇ ଚିନ୍ତାରେ ଜନସାଧାରଣ। ଆସନ୍ତା ୪ ଦିନ ରାତିରେ ପାରଦ ୫ ଡିଗ୍ରୀ ତଳକୁ ଖସିଯିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ଏହାଫଳରେ କିଛି ସ୍ଥାନରେ ସାମାନ୍ୟ ଶୀତ ଅନୁଭବ ହେବାର ସମ୍ଭାବନା ସୃଷ୍ଟି ହୋଇଛି। ଚଳିତବର୍ଷ ପାଇଁ ରାଜ୍ୟରେ ପ୍ରଥମଥର ଦିନ ତାପମାତ୍ରା ୩୭ ଡିଗ୍ରୀ ସେଲସିୟସ୍‌ ଛୁଇଁଛି । ଝାରସୁଗୁଡ଼ାରେ ବୁଧବାର ଏହି ସର୍ବୋଚ୍ଚ ତାପମାତ୍ରା ରେକର୍ଡ ହୋଇଛି । ଲଗାତର ଉପରମୁହାଁ ରହୁଛି ପାରଦ। ସପ୍ତାହେରୁ ଅଧିକ ସମୟ ହେଲା ତାତି ବଢିଥିବା ବେଳେ, ଖୁବଶୀଘ୍ର ୪୦ ଡିଗ୍ରୀ ଛୁଇଁବା ଆଶଙ୍କା କରାଯାଉଛି। ଗତକାଲି ଝାରସୁଗୁଡ଼ାରେ ଦିନ ତାପମାତ୍ରା ୩୭ ଡିଗ୍ରୀ ସେଲସିୟସ୍ ଥିବାବେଳେ ରାଜଧାନୀ ଭୁବନେଶ୍ବରରେ ପାରଦ ୩୪ ଉପରେ ଥିଲା।

ରାଜ୍ୟର ଅନ୍ୟ କେତେକ ସ୍ଥାନରେ ବି ପାରଦ ବଢିବାରେ ଲାଗିଛି। ରାତି ତାପମାତ୍ରା ମଧ୍ୟ ୨ରୁ ୩ ଡିଗ୍ରୀ ବଢ଼ିବାର ଅନୁମାନ କରାଯାଇଛି। ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଉପକୂଳ ଓଡ଼ିଶାରେ ତାତି ବୃଦ୍ଧି ପାଇବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’