Masthead

ଦୁଇ ଦିନ ବର୍ଷା ସମ୍ଭାବନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ଦୁଇ ଦିନ ପାଣିପାଗରେ ହେବ ପରିବର୍ତ୍ତନ । ରାଜ୍ୟରେ ହୋଇପାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା । ଯାହାକୁ ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତା ୧୯ ଓ ୨୦ରେ ରାଜ୍ୟରେ ବର୍ଷା ସମ୍ଭାବନା ଅଛି । ଉତ୍ତର ଉପକୂଳ ଓଡ଼ିଶା ଓ ମୟୂରଭଞ୍ଜରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ୨୦ରେ ଉତ୍ତର ଉପକୂଳ ଓଡ଼ିଶା ଓ ମୟୂରଭଞ୍ଜ ସମେତ କେନ୍ଦୁଝର ଏବଂ ଢେଙ୍କାନାଳରେ ସ୍ୱଳ୍ପରୁ ମଧ୍ୟମ ପରିମାଣର ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ସେପଟେ ଶୁକ୍ରବାର ଅନୁଗୁଳରେ ଦିନ ତାପମାତ୍ରା ସର୍ବାଧିକ ୩୪.୭ ଡିଗ୍ରୀ ରେକର୍ଡ ହୋଇଥିଲା । ଖୋର୍ଦ୍ଧାରେ ୩୪.୫ ଡିଗ୍ରୀ,ଝାରସୁଗୁଡ଼ାରେ ୩୪.୨, ବୌଦ୍ଧରେ ୩୩.୫, ଭବାନୀପାଟଣା ଓ ନୟାଗଡ଼ରେ ୩୩ ଡିଗ୍ରୀ ରେକର୍ଡ ହୋଇଥିଲା । ରାଉରକେଲାରେ ରାତି ତାପମାତ୍ରା ସବୁଠୁ କମ୍‌ ବା ୯.୮ ଡିଗ୍ରୀ ରେକର୍ଡ ହୋଇଥିଲା । ଝାରସୁଗୁଡ଼ାରେ ୧୦.୨, ଫୁଲବାଣୀରେ ୧୨.୫, ସୁନ୍ଦରଗଡ଼ରେ ୧୨.୬, କେନ୍ଦୁଝରରେ ୧୩.୮ ଡିଗ୍ରୀ ରହିଥିଲା । ଅନ୍ୟପଟେ ଆସନ୍ତା ତିନି ଦିନ ରାତି ତାପମାତ୍ରା ୨ରୁ ୩ ଡିଗ୍ରୀ ବଢ଼ିଯିବ ବୋଲି ଆକଳନ କରାଯାଇଛି । ସେହିଭଳି ୨ ଦିନ ପରେ ରାତି ତାପମାତ୍ରା ମଧ୍ୟ ୨ରୁ ୩ ଡିଗ୍ରୀ ବଢ଼ିବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା