ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ପାଇଁ ପୂରା ରାଜ୍ୟକୁ କାଳବୈଶାଖୀ ବର୍ଷା ନେଇ ଚେତାବନୀ । ୭ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ। ଏବେ କାଳବୈଶାଖୀ ବର୍ଷା ତାଣ୍ଡବ ରଚୁଥିବା ବେଳେ ୪ ତାରିଖ ପରେ ତାତି ବଢିବ । ଆସନ୍ତା ୧୦ ତାରିଖ ଯାଏ ରାଜ୍ୟରେ ଗରମ ବଢ଼ିବନି। କାଳବୈଶାଖୀ ଓ ଟ୍ରପଲାଇନ୍ର ପ୍ରଭାବ ଯୋଗୁ ଅଧିକ ଗରମ ଅନୁଭୂତ ହେବନାହିଁ। ଗୁରୁବାର ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ଯାଜପୁରରେ ଘଡ଼ଘଡ଼ି ସହ କୁଆପଥର ବର୍ଷା ସମ୍ଭାବନା ଅଛି ।
ପବନର ବେଗ ୫୦ରୁ ୬୦ କିମି ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। କଟକ, ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର, ବୌଦ୍ଧ, ସୋନପୁର, ବଲାଙ୍ଗିର ଓ ବରଗଡ଼ରେ ପ୍ରବଳ ବର୍ଷା ହୋଇପାରେ। ପବନର ବେଗ ୪୦ରୁ ୫୦ କିମି ଛୁଇଁପାରେ। ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ ୩୦କୁ ୪୦ କିମି ବେଗରେ ପବନ ବହିବା ସହ ବର୍ଷା ଓ ଘଡ଼ଘଡ଼ି ହୋଇପାରେ ବୋଲି ପାଣିପାଗ ବିଭାଗ କହିଛି ।
୨ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ନୟାଗଡ଼, ଗଜପତି, ଗଞ୍ଜାମ, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର ଓ କଳାହାଣ୍ଡିରେ ଘଡ଼ଘଡ଼ି ସହିତ ପ୍ରବଳ ବର୍ଷା ହୋଇପାରେ । ୪୦ରୁ ୫୦ କିମି ବେଗରେ ପବନ ବି ବହିବ । ଉତ୍ତର ଓଡ଼ିଶା ସମେତ ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷା ହୋଇପାରେ । ୩ ତାରିଖରେ ଉତ୍ତର ଓଡ଼ିଶା, ଦକ୍ଷିଣ ଓଡ଼ିଶା ଓ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ଅଛି । ୪, ୫ ଓ ୬ ତାରିଖରେ ବି କିଛି ସ୍ଥାନରେ ସ୍ୱଳ୍ପ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ କହିଛି ।