Masthead

ଆଜିଠୁ ବଢିବ ବର୍ଷାର ପରିମାଣ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜଧାନୀରେ ସକାଳୁ ଝିପିଝିପି ବର୍ଷା ହୋଇଛି। ପବନ ସାଙ୍ଗକୁ ହଲକା ଶୀତ । ଆଜିଠୁ ବଢିବ ବର୍ଷାର ପରିମାଣ ଓ ବିସ୍ତୃତି। ଉପକୂଳ ଓଡ଼ିଶା ସମେତ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ଆକାଶ ମେଘୁଆ ରହିବା ସହ କିଛି ସ୍ଥାନରେ ହାଲୁକା ବର୍ଷା ହୋଇଛି।

ଘଡଘଡି ବିଜୁଳି ସହ ବଜ୍ରପାତ ବର୍ଷା ନେଇ ୧୪ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ମୟୁରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ପୁରୀ, ଖୋର୍ଦ୍ଧା, ନୟାଗଡ ଏବଂ ବୌଦ୍ଧ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି।

ଏହାସହ ଦେବଗଡ, ସୁନ୍ଦରଗଡ, ବୌଦ୍ଧ, କନ୍ଧମାଳ, ରାୟଗଡା, ମାଲକାନଗିରି, କୋରାପୁଟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର। ୨୫ ତାରିଖରେ ଉପକୂଳ ଓଡ଼ିଶା ସମେତ କନ୍ଧମାଳ, ବୌଦ୍ଧ, ନବରଙ୍ଗପୁର, ରାୟଗଡା, କୋରାପୁଟ, ଅନୁଗୁଳ, ଢେଙ୍କାନାଳ, ମୟୁରଭଞ୍ଜ ଏବଂ କେନ୍ଦୁଝରରେ ହାଲୁକା ବର୍ଷା ହେବ। ୨୬, ୨୭ ଏବଂ ୨୮ ତାରିଖରେ ମଧ୍ୟ ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାରେ ବର୍ଷା ନେଇ ଆକଳନ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ