Masthead

ଆଜିଠୁ ବଢିବ ବର୍ଷାର ପରିମାଣ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜଧାନୀରେ ସକାଳୁ ଝିପିଝିପି ବର୍ଷା ହୋଇଛି। ପବନ ସାଙ୍ଗକୁ ହଲକା ଶୀତ । ଆଜିଠୁ ବଢିବ ବର୍ଷାର ପରିମାଣ ଓ ବିସ୍ତୃତି। ଉପକୂଳ ଓଡ଼ିଶା ସମେତ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ଆକାଶ ମେଘୁଆ ରହିବା ସହ କିଛି ସ୍ଥାନରେ ହାଲୁକା ବର୍ଷା ହୋଇଛି।

ଘଡଘଡି ବିଜୁଳି ସହ ବଜ୍ରପାତ ବର୍ଷା ନେଇ ୧୪ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ମୟୁରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ପୁରୀ, ଖୋର୍ଦ୍ଧା, ନୟାଗଡ ଏବଂ ବୌଦ୍ଧ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି।

ଏହାସହ ଦେବଗଡ, ସୁନ୍ଦରଗଡ, ବୌଦ୍ଧ, କନ୍ଧମାଳ, ରାୟଗଡା, ମାଲକାନଗିରି, କୋରାପୁଟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର। ୨୫ ତାରିଖରେ ଉପକୂଳ ଓଡ଼ିଶା ସମେତ କନ୍ଧମାଳ, ବୌଦ୍ଧ, ନବରଙ୍ଗପୁର, ରାୟଗଡା, କୋରାପୁଟ, ଅନୁଗୁଳ, ଢେଙ୍କାନାଳ, ମୟୁରଭଞ୍ଜ ଏବଂ କେନ୍ଦୁଝରରେ ହାଲୁକା ବର୍ଷା ହେବ। ୨୬, ୨୭ ଏବଂ ୨୮ ତାରିଖରେ ମଧ୍ୟ ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାରେ ବର୍ଷା ନେଇ ଆକଳନ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା