Masthead

ଆସନ୍ତା ୨ ଦିନ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା!

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ୨ ଦିନ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା । ଆଜି ପ୍ରବଳ ବର୍ଷା ନେଇ ୫ ଜିଲ୍ଲାକୁ ଅରେଞ୍ଜ୍ ଆଲର୍ଟ । କୁଆପଥର ମାଡ଼ ସହ କାଳବୈଶାଖୀ ନେଇ ଚେତାବନୀ । ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ ଓ ଗଜପତି ଜିଲ୍ଲାକୁ ୱାର୍ଣ୍ଣିଂ । ଆସନ୍ତା ୧୦ ତାରିଖ ଯାଏ ରାଜ୍ୟରେ ବର୍ଷା ସମ୍ଭାବନା। ୫୦ରୁ ୬୦ କିମି ବେଗରେ ପବନ ବି ବହିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ସୋମବାର ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ସୁନ୍ଦରଗଡ଼, ଅନୁଗୁଳ, ଢେଙ୍କାନାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ଅଛି । ୪୦ରୁ ୫୦କିମି ବେଗରେ ପବନ ବହିବ । ୬ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ।

୭ ତାରିଖରେ ନବରଙ୍ଗପୁର, ରାୟଗଡ଼ା, ଗଜପତି, କଳାହାଣ୍ଡି, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ଆଶଙ୍କା ଅଛି । ୮ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ଗଜପତିରେ ସ୍ୱଳ୍ପରୁ ମଧ୍ୟମ ପରିମାଣର ବର୍ଷା ହୋଇପାରେ । ୯ ଓ ୧୦ ତାରିଖରେ ବି ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ଅଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 OTET ପ୍ରଶ୍ନପତ୍ର ଲିକ ମାମଲାରେ ୬ ଅଭିଯୁକ୍ତ ଗିରଫ 🔴 ସ୍ତ୍ରୀକୁ ପିଟି ପିଟି ନୃଶଂସ ଭାବେ ହତ୍ୟାକଲା ସ୍ୱାମୀ 🔴 ଅଗଷ୍ଟ ପହିଲାରେ ରାଜ୍ୟ କ୍ୟାବିନେଟ୍ 🔴 ଅଗଷ୍ଟ ୨ରେ ପିଏମ୍ କିଷାନ ଟଙ୍କା 🔴 ବାପା ହେବା ପରେ ବଦଳିଗଲେ ସରକାରୀ ବାବୁ 🔴 ଭାରତ ଓ ଆମେରିକା ମଧ୍ୟରେ ବଡ ଧରଣର ବାଣିଜ୍ୟିକ ଫାଟ 🔴 ସତର୍କ ସଙ୍କେତ ଉପରେ ବୈତରଣୀ 🔴 ସୁଭଦ୍ରା ଯୋଜନାକୁ ନେଇ ଆସିଲା ଖୁସି ଖବର…. 🔴 OTET ପ୍ରଶ୍ନପତ୍ର ଲିକ୍ ମାମଲାରେ ରାୟଗଡ଼ାର ଶିକ୍ଷକ ଗିରଫ 🔴 ବିପଦ ସଂକେତ ଘେରରେ ବ୍ରାହ୍ମଣୀ 🔴 OTET ପ୍ରଶ୍ନପତ୍ର ଲିକ ମାମଲାରେ ୬ ଅଭିଯୁକ୍ତ ଗିରଫ 🔴 ସ୍ତ୍ରୀକୁ ପିଟି ପିଟି ନୃଶଂସ ଭାବେ ହତ୍ୟାକଲା ସ୍ୱାମୀ 🔴 ଅଗଷ୍ଟ ପହିଲାରେ ରାଜ୍ୟ କ୍ୟାବିନେଟ୍ 🔴 ଅଗଷ୍ଟ ୨ରେ ପିଏମ୍ କିଷାନ ଟଙ୍କା 🔴 ବାପା ହେବା ପରେ ବଦଳିଗଲେ ସରକାରୀ ବାବୁ 🔴 ଭାରତ ଓ ଆମେରିକା ମଧ୍ୟରେ ବଡ ଧରଣର ବାଣିଜ୍ୟିକ ଫାଟ 🔴 ସତର୍କ ସଙ୍କେତ ଉପରେ ବୈତରଣୀ 🔴 ସୁଭଦ୍ରା ଯୋଜନାକୁ ନେଇ ଆସିଲା ଖୁସି ଖବର…. 🔴 OTET ପ୍ରଶ୍ନପତ୍ର ଲିକ୍ ମାମଲାରେ ରାୟଗଡ଼ାର ଶିକ୍ଷକ ଗିରଫ 🔴 ବିପଦ ସଂକେତ ଘେରରେ ବ୍ରାହ୍ମଣୀ