Masthead

ଆସନ୍ତା ୨ ଦିନ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା!

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ୨ ଦିନ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା । ଆଜି ପ୍ରବଳ ବର୍ଷା ନେଇ ୫ ଜିଲ୍ଲାକୁ ଅରେଞ୍ଜ୍ ଆଲର୍ଟ । କୁଆପଥର ମାଡ଼ ସହ କାଳବୈଶାଖୀ ନେଇ ଚେତାବନୀ । ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ ଓ ଗଜପତି ଜିଲ୍ଲାକୁ ୱାର୍ଣ୍ଣିଂ । ଆସନ୍ତା ୧୦ ତାରିଖ ଯାଏ ରାଜ୍ୟରେ ବର୍ଷା ସମ୍ଭାବନା। ୫୦ରୁ ୬୦ କିମି ବେଗରେ ପବନ ବି ବହିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ସୋମବାର ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ସୁନ୍ଦରଗଡ଼, ଅନୁଗୁଳ, ଢେଙ୍କାନାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ଅଛି । ୪୦ରୁ ୫୦କିମି ବେଗରେ ପବନ ବହିବ । ୬ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ।

୭ ତାରିଖରେ ନବରଙ୍ଗପୁର, ରାୟଗଡ଼ା, ଗଜପତି, କଳାହାଣ୍ଡି, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ଆଶଙ୍କା ଅଛି । ୮ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ଗଜପତିରେ ସ୍ୱଳ୍ପରୁ ମଧ୍ୟମ ପରିମାଣର ବର୍ଷା ହୋଇପାରେ । ୯ ଓ ୧୦ ତାରିଖରେ ବି ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ଅଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା