Masthead

ତାତିରୁ ନିସ୍ତାର ନାହିଁ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଗରମ ତାୱାରେ ସିଜୁଛି ଓଡ଼ିଶା । ଅସ୍ତବ୍ୟବସ୍ତ ଲୋକେ । ସକାଳ ୮ଟାରୁ ବାହାରିବା ହେଉଛି ମୁସ୍କିଲ୍ । ଏବେ ତାତିରୁ ନିସ୍ତାର ନାହିଁ । ଖରା ତାତି ଓ ପ୍ରବଳ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ । ଉପକୂଳରୁ ଉତ୍ତର, ପଶ୍ଚିମରୁ ଦକ୍ଷିଣ ସବୁଠି ଯେମିତି ଆକାଶରୁ ଖସୁଛି ନିଆଁ । ବିଶେଷ କରି ପଶ୍ଚିମ ଓଡ଼ିଶାରେ ଅସମ୍ଭାଳ ଖରା ଯୋଗୁଁ ଲୋକେ ତ୍ରାହି ତ୍ରାହି ଡାକୁଛନ୍ତି ।ରାଜ୍ୟରେ ଏଭଳି ଅସହ୍ୟ ଖରା ଆହୁରି ୪ ଦିନ ଲାଗିରହିବ ।

୧୫ ତାରିଖ ପର୍ଯ୍ୟନ୍ତ କିଛି ଜିଲ୍ଲାରେ ତାପମାତ୍ରା ୪୦ ଡିଗ୍ରି ଟପିବା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ଅଧିକାଂଶ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି । ଗତକାଲି ୧୯ଟି ସହରରେ ତାପମାତ୍ରା ୪୦ ଡିଗ୍ରି ପାର୍ କରିଥିଲା ।ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ଆକଳନ ଅନୁସାରେ , ସୋମବାର ପଶ୍ଚିମ ଓଡ଼ିଶାର ଅଧିକାଂଶ ସ୍ଥାନରେ ତାପମାତ୍ରା ୪୨ ଡିଗ୍ରୀ ଉପରେ ରହିବ । ବଲାଙ୍ଗୀର, ଝାରସୁଗୁଡ଼ା,ଭବାନୀପାଟଣା, ସୁନ୍ଦରଗଡ଼ ଓ ଅନୁଗୁଳରେ ୪୩ ଡିଗ୍ରୀ, ନୂଆପଡ଼ା ଓ ବାରିପଦାରେ ୪୨, ବରଗଡ଼ ଓ ରାଉରକେଲାରେ ୪୧ ଡିଗ୍ରୀ ରହିପାରେ ।

ଆଭ୍ୟନ୍ତରୀଣ ଓଡ଼ିଶାକୁ ବି ଜଳାଇବ ଭୀଷଣ ତାତି । ଭୁବନେଶ୍ୱର ଓ ଢେଙ୍କାନାଳରେ ତାତି ୪୨ ଡିଗ୍ରୀ ଛୁଇଁପାରେ । ୧୩ ତାରିଖରେ ବଲାଙ୍ଗୀର, ଝାରସୁଗୁଡ଼ା, ସୁନ୍ଦରଗଡ଼, ବୌଦ୍ଧ ଓ ଅନୁଗୁଳରେ ତାତି ୪୪ ଡିଗ୍ରୀ ରହିପାରେ । ଭବାନୀପାଟଣା, ବାରିପଦା ଓ ନୂଆପଡ଼ାରେ ୪୩ ଡିଗ୍ରୀ ଛୁଇଁବ । ଉପକୂଳରେ ବି ୪୩ ଡିଗ୍ରୀ ପାଖାପାଖି ରହିବ । ନୟାଗଡ଼ରେ ୪୩ ଡିଗ୍ରୀ, ଭୁବନେଶ୍ୱର, କଟକ, ଖୋର୍ଦ୍ଧା, ଚାନ୍ଦବାଲି, ବାଲେଶ୍ୱରରେ ୪୨ ଛୁଇଁବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ