Masthead

୬ ଜିଲ୍ଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ବି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ବରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହା ସହ ଅନ୍ୟ କିଛି ଜିଲ୍ଲାରେ ମଧ୍ୟ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆସନ୍ତାକାଲି ମଧ୍ୟ ୬ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଓ ବରଗଡ଼ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ। ଏହା ପରେ ପାଗରେ ପରିବର୍ତ୍ତନ ହୋଇପାରେ ।

୨୧ ତାରିଖ ବା ଗୁରୁବାର  ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡ଼ା,  ସମ୍ବଲପୁର, ବାଲେଶ୍ୱର ଓ ବରଗଡ଼ର  କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା  ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ  ବିଜ୍ଞାନ କେନ୍ଦ୍ର ଆକଳନ କରିଛି ।  ୨୨ ତାରିଖରେ କେନ୍ଦୁଝର,  ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡ଼ା,  ସମ୍ବଲପୁର ଓ ବରଗଡ଼ର କିଛି ସ୍ଥାନରେ  ଅଧିକ ବର୍ଷା ସମ୍ଭାବନା ଅଛି । ୨୩ ଓ ୨୪  ତାରିଖରେ ଉତ୍ତର ଓ ପଶ୍ଚିମ ଓଡ଼ିଶାର ଅଳ୍ପ  କିଛି ସ୍ଥାନରେ ଅଧିକ ବର୍ଷା ହୋଇପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ