Masthead

୬ ଜିଲ୍ଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ବି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ବରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହା ସହ ଅନ୍ୟ କିଛି ଜିଲ୍ଲାରେ ମଧ୍ୟ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆସନ୍ତାକାଲି ମଧ୍ୟ ୬ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଓ ବରଗଡ଼ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ। ଏହା ପରେ ପାଗରେ ପରିବର୍ତ୍ତନ ହୋଇପାରେ ।

୨୧ ତାରିଖ ବା ଗୁରୁବାର  ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡ଼ା,  ସମ୍ବଲପୁର, ବାଲେଶ୍ୱର ଓ ବରଗଡ଼ର  କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା  ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ  ବିଜ୍ଞାନ କେନ୍ଦ୍ର ଆକଳନ କରିଛି ।  ୨୨ ତାରିଖରେ କେନ୍ଦୁଝର,  ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡ଼ା,  ସମ୍ବଲପୁର ଓ ବରଗଡ଼ର କିଛି ସ୍ଥାନରେ  ଅଧିକ ବର୍ଷା ସମ୍ଭାବନା ଅଛି । ୨୩ ଓ ୨୪  ତାରିଖରେ ଉତ୍ତର ଓ ପଶ୍ଚିମ ଓଡ଼ିଶାର ଅଳ୍ପ  କିଛି ସ୍ଥାନରେ ଅଧିକ ବର୍ଷା ହୋଇପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜୀବନ ନେଇଗଲା ମଙ୍ଗେତର 🔴 IPL ବେଟିଂ, ହୋଟେଲ୍‌ ମାଲିକ ଗିରଫ 🔴 SCERT କାର୍ଯ୍ୟାଳୟରେ ତଦନ୍ତ କମିଟି ସଦସ୍ୟ 🔴 ପୁରୀ ହତ୍ୟା ଅଭିଯୁକ୍ତକୁ ଏନକାଉଣ୍ଟର 🔴 ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ନିର୍ବାହୀ ଯନ୍ତ୍ରୀ 🔴 ୨୬ ପର୍ଯ୍ୟନ୍ତ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା 🔴 ଛାତ୍ରଛାତ୍ରୀଙ୍କୁ ଠକେଇ ଅଭିଯୋଗରେ ଜଣେ ଗିରଫ 🔴 ଇସ୍ତଫା ଦେଉଛନ୍ତି କେନ୍ଦ୍ରମନ୍ତ୍ରୀ… 🔴 ଲକ୍ଷ୍ନୌ ଭୟାବହ ଅଗ୍ନିକାଣ୍ଡ ମାମଲା, କିଏ ଅସଲ ଦୋଷି ? 🔴 ତାମିଲନାଡୁ ଗ୍ୟାସ୍‌ ଟ୍ରାଜେଡି, ମୃତ୍ୟୁସଂଖ୍ୟା ୭କୁ ବୃଦ୍ଧି 🔴 ଜୀବନ ନେଇଗଲା ମଙ୍ଗେତର 🔴 IPL ବେଟିଂ, ହୋଟେଲ୍‌ ମାଲିକ ଗିରଫ 🔴 SCERT କାର୍ଯ୍ୟାଳୟରେ ତଦନ୍ତ କମିଟି ସଦସ୍ୟ 🔴 ପୁରୀ ହତ୍ୟା ଅଭିଯୁକ୍ତକୁ ଏନକାଉଣ୍ଟର 🔴 ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ନିର୍ବାହୀ ଯନ୍ତ୍ରୀ 🔴 ୨୬ ପର୍ଯ୍ୟନ୍ତ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା 🔴 ଛାତ୍ରଛାତ୍ରୀଙ୍କୁ ଠକେଇ ଅଭିଯୋଗରେ ଜଣେ ଗିରଫ 🔴 ଇସ୍ତଫା ଦେଉଛନ୍ତି କେନ୍ଦ୍ରମନ୍ତ୍ରୀ… 🔴 ଲକ୍ଷ୍ନୌ ଭୟାବହ ଅଗ୍ନିକାଣ୍ଡ ମାମଲା, କିଏ ଅସଲ ଦୋଷି ? 🔴 ତାମିଲନାଡୁ ଗ୍ୟାସ୍‌ ଟ୍ରାଜେଡି, ମୃତ୍ୟୁସଂଖ୍ୟା ୭କୁ ବୃଦ୍ଧି