Masthead

ଆଜିଠୁ ଓଡ଼ିଶା ଛାଡ଼ିବ ମୌସୁମୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସୋମବାର ଠାରୁ ରାଜ୍ୟରେ ମୌସୁମୀ ପ୍ରତ୍ୟାବର୍ତ୍ତନ  ପ୍ରକ୍ରିୟା ଆରମ୍ଭ ହେବ । ଓଡ଼ିଶା ସମେତ ପଶ୍ଚିମବଙ୍ଗ ଓ ତେଲଙ୍ଗାନାର କିଛି  ଅଞ୍ଚଳରୁ ମୌସୁମୀ ପ୍ରତ୍ୟାବର୍ତ୍ତନ କରିପାରେ । ପାଣିପାଗ ବିଭାଗ ଏହି ପୂର୍ବାନୁମାନ  କରିଛି ।  ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରୁ ପ୍ରତ୍ୟାବର୍ତ୍ତନ କରିବା ନେଇ ପାଗ ଅନୁକୂଳ ରହିଛି । ଏବେ ମୌସୁମୀ ବାୟୁର ପ୍ରତ୍ୟାହାର ରେଖା ବାରଣାସୀ, ଜବଲପୁର, ଆକୋଲା, ଅହଲ୍ୟାନଗର, ଆଲିବାଗ ଦେଇ ଗତି କରୁଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ସମେତ ପଶ୍ଚିମବଙ୍ଗ, ସିକିମ୍, ତେଲେଙ୍ଗାନାର କିଛି ଅଞ୍ଚଳ, ମହାରାଷ୍ଟ୍ର, ମଧ୍ୟପ୍ରଦେଶ, ଉତ୍ତର ପ୍ରଦେଶ ଓ ବିହାରର ଅବଶିଷ୍ଟ ଅଂଶ, ଝାଡ଼ଖଣ୍ଡ ଓ ଛତିଶଗଡ଼ରୁ ସମ୍ପୂର୍ଣ୍ଣ ଭାବେ ପ୍ରତ୍ୟାବର୍ତ୍ତନ କରିବ ।

ପରବର୍ତ୍ତୀ ୨ରୁ ୩ ଦିନ ମଧ୍ୟରେ ଉତ୍ତର-ପୂର୍ବ ଭାରତରୁ ମୌସୁମୀ ପ୍ରତ୍ୟାବର୍ତ୍ତନ ପାଇଁ ପାଗ ଅନୁକୂଳ ରହିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଆସନ୍ତା ୬ରୁ ୭ ଦିନ ମଧ୍ୟରେ ସର୍ବନିମ୍ନ ତାପମାତ୍ରାରେ ବଡ଼ ପରିବର୍ତନ ହେବ ନାହିଁ । ୧୫ ତାରିଖ ପର୍ଯ୍ୟନ୍ତ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବ । ପରେ ତାପମାତ୍ରାରେ ହ୍ରାସ ଘଟିବା ସହ ରାଜ୍ୟକୁ ଶୀତ ପ୍ରବେଶ କରିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା