Masthead

ଆହୁରି ବଢ଼ିବ ଥଣ୍ଡା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା। ଖସିବ ରାତି ପାରଦ। ଶୁକ୍ରବାର  ଦାରିଙ୍ଗିବାଡ଼ିରେ ରାତି ତାପମାତ୍ରା ୧୨ ଡିଗ୍ରୀ  ଥିଲା । ଶନିବାର ଏହା ୧୧ ଡିଗ୍ରୀକୁ ଖସିଛି ।  ଝାରସୁଗୁଡ଼ାରେ ୧୫.୮ରୁ ୧୧.୭ ଡିଗ୍ରୀକୁ  ଖସିଛି । ରାଉରକେଲାରେ ୧୬.୧ରୁ  ୧୩.୨ ଓ ଭଦ୍ରକରେ ୧୫.୫ରୁ ୧୪  ଡିଗ୍ରୀକୁ ଖସିଛି । ସୋମବାର ଉତ୍ତର ଓ ଉପକୂଳ ଓଡ଼ିଶାର  କିଛି ସ୍ଥାନରେ ରାତି ତାପମାତ୍ରା ଆହୁରି  ୨ରୁ ୩ ଡିଗ୍ରୀକୁ ଖସିପାରେ । ଆଞ୍ଚଳିକ  ପାଣିପାଗ କେନ୍ଦ୍ର ଏହି ପୂର୍ବାନୁମାନ କରିଛି ।

ରାଜ୍ୟର ୯ଟି ସହରରେ ପାରଦ ୧୫  ଡିଗ୍ରୀ ତଳକୁ ଖସିଛି । ଦାରିଙ୍ଗିବାଡ଼ିରେ ରାତି  ତାପମାତ୍ରା ସର୍ବନିମ୍ନ ୧୧ ଡିଗ୍ରୀ ରେକର୍ଡ ହୋଇଛି । ଝାରସୁଗୁଡ଼ାରେ ଫୁଲବାଣୀରେ  ୧୨, ରାଉରକେଲାରେ ୧୩.୨, ଭଦ୍ରକରେ  ୧୪, ଅନୁଗୁଳ ଓ କୋରାପୁଟରେ ୧୪.୬,  ଭବାନୀପାଟଣାରେ ୧୫, ବଲାଙ୍ଗୀରରେ  ୧୫.୭ ଡିଗ୍ରୀ ରେକର୍ଡ ହୋଇଛି ।

ଖାଲି ଏହି ୯ଟି ସହର ନୁହେଁ,  ଆହୁରି ଅନେକ ସହରର ତାପମାତ୍ରା  ଖସିଛି । ରାଜଧାନୀ ଭୁବନେଶ୍ୱରର  ରାତି ତାପମାତ୍ରା ୧୭.୪ ଡିଗ୍ରୀ ରହିଥିଲା । ଏହା ସହର ପାଇଁ ଚଳିତବର୍ଷର ସବୁଠୁ  କମ୍‌ ତାପମାତ୍ରା । ଭବାନୀପାଟଣାରେ ୧୫,  ବଲାଙ୍ଗୀରରେ ୧୫.୭, ସୋନପୁରରେ  ୧୬.୫, ଟିଟିଲାଗଡ଼ ଓ ସମ୍ବଲପୁରରେ  ୧୭, ହୀରାକୁଦରେ ୧୭.୨ ନବରଙ୍ଗପୁରରେ ୧୮.୫ ଡିଗ୍ରୀ ରେକର୍ଡ ହୋଇଛି । ଆଗକୁ  ରାତି ତାପମାତ୍ରା ଆହୁରି ଖସିବ । ଏବେ ଦକ୍ଷିଣ ଓ  ଉପକୂଳ ଓଡ଼ିଶାର କିଛି ସ୍ଥାନରେ ପାରଦ ୧୫ ଡିଗ୍ରୀରୁ  ତଳକୁ ଖସିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ