Masthead

ରାଜ୍ୟରେ କୋହଲା ପାଗ, ଘନ କୁହୁଡି ହେବା ଆଶଙ୍କା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦକ୍ଷିଣ- ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଯୋଗୁ ରାଜ୍ୟରେ କୋହଲା ପାଗ ଜାରି ରହିବ । ଶନିବାର ଉପକୂଳ ଓଡ଼ିଶାର କିଛି ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । ପାଗ କୋହଲା ରହିବା ସହ କନ୍ଧମାଳ ଓ କଳାହାଣ୍ଡିରେ ଘନ କହୁଡ଼ି ହେବାର ଆଶଙ୍କା ରହିଛି । କୋହଲା ପାଗ ଯୋଗୁ ରାଜ୍ୟରେ ଶୀତର ପ୍ରକୋପ ବଢ଼ିଛି । ଶୁକ୍ରବାର ରାଜ୍ୟର ବିଭିନ୍ନ ସ୍ଥାନରେ ପାରଦ ତଳକୁ ଖସିଛି । କୋରାପୁଟରେ ସର୍ବନିମ୍ନ ତାପମାତ୍ରା ୯.୪ ଡିଗ୍ରୀ ରହିଥିଲା । ସେହିପରି ଫୁଲବାଣୀରେ ୧୦.୫, ଦାରିଙ୍ଗବାଡ଼ିରେ ୧୩.୫, ସୁନ୍ଦରଗଡ଼ ୧୨.୫, ବୌଦ୍ଧ ୧୨.୫, ଭୁବନେଶ୍ୱରରେ ୨୧.୫ ଡିଗ୍ରୀ ରହିଛି । ଭୁବନେଶ୍ୱର ସମେତ କିଛି ସ୍ଥାନରେ ହାଲୁକା ବର୍ଷା ହୋଇଛି ।

ସେପଟେ ଆଜି ଅପରାହ୍ଣରେ ଲ୍ୟାଣ୍ଡଫଲ୍ କରିବ ବାତ୍ୟା ଫେଙ୍ଗଲ। ପୁଡୁଚେରୀ ନିକଟ କରାଇକଲ ଓ ମହାବଲୀପୁରମ୍ ମଧ୍ୟରେ ସ୍ଥଳଭାଗ ଛୁଇଁବା ସମ୍ଭାବନା ରହିଛି। ଏହି ସମୟରେ ପବନର ବେଗ ୭୦ରୁ ୮୦ କିଲୋମିଟର ରହିପାରେ। ଅତିବେଶୀରେ ୯୦ କିଲୋମିଟର ଝଟକା ଦେବା ସମ୍ଭାବନା ରହିଛି। ଏବେ ପୁଡୁଚେରୀଠାରୁ ୧୮୦ ଓ ଚେନ୍ନାଇଠାରୁ ୧୯୦ କିଲୋମିଟର ଦୂରରେ ରହିଛି ବାତ୍ୟା ଫଙ୍ଗାଲ। ବାତ୍ୟା ପ୍ରଭାବରେ ସମୁଦ୍ର ଅଶାନ୍ତ ରହିଛି। ସମୁଦ୍ର କୂଳବର୍ତ୍ତୀ ଅଞ୍ଚଳରେ ବର୍ଷା ଆରମ୍ଭ ହୋଇଛି। ଚେନ୍ନାଇ ସହରର ଅନେକ ସ୍ଥାନରେ ବର୍ଷା ଲାଗି ରହିଛି। ବାତ୍ୟା ପ୍ରଭାବରେ ଓଡ଼ିଶାରେ ବି ମେଘୁଆ ପାଗ ଦେଖିବାକୁ ମିଳିଛି। ଆଜି କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର