Masthead

ଆଜିଠୁ ବଢ଼ିବ ବର୍ଷା, ୨୨ ଜିଲ୍ଲାକୁ ସତର୍କତା ସୂଚନା ଜାରି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜିଠୁ ରାଜ୍ୟରେ ବଢ଼ିବ ବର୍ଷା । ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଅଧିକ ବର୍ଷା ହେବ । ଝାଡ଼ଖଣ୍ଡ, ଛତିଶଗଡ଼ ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଗାଙ୍ଗେୟ ପଶ୍ଚିମବଙ୍ଗର ସ୍ଥଳଭାଗ ଉପରେ ରହିଛି । ୨ ତାରିଖ ସୁଦ୍ଧା ଏହା ଲଘୁଚାପ ରୂପ ନେଇପାରେ । ଏହା ପ୍ରଭାବରେ ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଛତିଶଗଡ଼ରେ ଅଧିକ ବର୍ଷା ହେବ ବୋଲି ପାଣିପାଗ ବିଶେଷଜ୍ଞ କହିଛନ୍ତି । ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ, ଅନୁଗୁଳ, ଢେଙ୍କାନାଳ, କଟକ, ବୌଦ୍ଧ, ସୋନପୁର ଓ ସମ୍ବଲପୁରରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଏ ସବୁ ସ୍ଥାନରେ ୭୦ରୁ ୨୦୦ ମିମି ବର୍ଷା ସମ୍ଭାବନା ଅଛି ।

ଭଦ୍ରକ, ବାଲେଶ୍ୱର, ଯାଜପୁର, କେନ୍ଦ୍ରାପଡ଼ା, ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗିର, ନୂଆପଡ଼ା, ନୟାଗଡ଼, ଖୋର୍ଦ୍ଧା, ଜଗତସିଂହପୁର, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ କଳାହାଣ୍ଡିରେ ପ୍ରବଳ ବର୍ଷା ହୋଇପାରେ । ୨ ତାରିଖରେ ଝାରସୁଗୁଡ଼ା, ସୁନ୍ଦରଗଡ଼, ବରଗଡ଼, କେନ୍ଦୁଝର, ସମ୍ବଲପୁର ଓ ଦେବଗଡ଼ରେ ଭାରୀ ବର୍ଷା ହେବ । ଏ ସବୁ ସ୍ଥାନ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆଗକୁ ବର୍ଷା ସମ୍ଭାବନା ଥିବା ଜିଲ୍ଲା ପାଇଁ ପ୍ରସ୍ତୁତ ରହିବାକୁ ସ୍ୱତନ୍ତ୍ର ରିଲିଫ କମିଶନର ନିର୍ଦ୍ଦେଶ ଦେଇଛନ୍ତି । ଜଳ ନିଷ୍କାସନ ବ୍ୟବସ୍ଥା କରିବାକୁ କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି