Masthead

ଟ୍ୱିନସିଟିରେ ଘଡ଼ଘଡ଼ି ବିଜୁଳି ସାଙ୍ଗକୁ ବର୍ଷା ପବନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଅସହ୍ୟ ଗରମ ଓ ଗୁଳୁଗୁଳିରୁ ମିଳଲା ଆଶ୍ୱସ୍ତି । ରାଜଧାନୀରେ ଘଡ଼ଘଡ଼ି ବିଜୁଳି ସାଙ୍ଗକୁ ବର୍ଷା ପବନ । ଦୁଇ ଘଣ୍ଟାରୁ ଅଧିକ ସମୟ ଧରି ଲାଗି ରହିଛି ବର୍ଷା। ଲଗାଣ ବର୍ଷା ଫଳରେ ଅନେକ ସ୍ଥାନରେ ଜମି ରହିଛି ପାଣିବର୍ଷା । ବର୍ଷା ଯୋଗୁଁ ୨୪ ଘଣ୍ଟା ପାଇଁ ୨୩ ଜିଲ୍ଲାକୁ ଆଲର୍ଟ ଜାରି କରି ଦିଆଯାଇଛି । ପାଣିପାଗର ପୂର୍ବାନୁମାନରୁ କୁହାଯାଇଥିଲା ରାଜଧାନୀ ଭୁବନେଶ୍ୱରରେ ମୌସୁମୀର ପ୍ରଭାବ ଦେଖିବାକୁ ମିଳିବ, ଏଥିପାଇଁ ଆଜି ପାଗ ଅନୁକୂଳ ରହିଛି । ସୂଚନା ଅନୁଯାୟୀ, ରାଜ୍ୟର ବିଭିନ୍ନ ଅଞ୍ଚଳରେ ଜାରି ରହିଛି ମୌସୁମୀ ବର୍ଷା । ବର୍ଷାର ପରିମାଣ,ପବନର ଦିଗ ଓ ତାପମାତ୍ରାରେ ହ୍ରାସ ମୌସୁମୀର ଓଡ଼ିଶା ପ୍ରବେଶର ସମ୍ଭାବନା ବୃଦ୍ଧି କରାଇଛି ।

ଦକ୍ଷିଣ ଓଡ଼ିଶାର ଅଧିକାଂଶ ଅଞ୍ଚଳରେ ମୌସୁମୀ ବର୍ଷା ସାଙ୍ଗକୁ ପାଗ ମେଘୁଆ ରହିଛି । ଆଜି ଓଡ଼ିଶାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିବ । ଆଜିଠାରୁ ବର୍ଷାର ବିସ୍ତୃତି ବଢିବା ସହ ପରିମାଣ ମଧ୍ୟ ବଢିବ । ଆଗାମୀ ଦିନ ଠାରୁ ବର୍ଷାର ପରିମାଣ ବଢିବ । ଅଧିକାଂଶ ଅଞ୍ଚଳରେ ପ୍ରଚୁର ପରିମାଣରେ ବର୍ଷା ହେବ । ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ଖୋର୍ଦ୍ଧା, ଗଞ୍ଜାମ ଜିଲ୍ଲାର କିଛି ସ୍ଥାନରେ ବର୍ଷା ହୋଇଛି । ଏହାକୁ ଦୃଷ୍ଟିରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ଼, ବଲାଙ୍ଗୀର, କଳାହାଣ୍ଡି, ବୌଦ୍ଧ, ନୂଆପଡ଼ା, ସୋନପୁର, ଝାରସୁଗୁଡ଼ା, ସମ୍ବଲପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା