Masthead

ଟ୍ୱିନସିଟିରେ ଘଡ଼ଘଡ଼ି ବିଜୁଳି ସାଙ୍ଗକୁ ବର୍ଷା ପବନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଅସହ୍ୟ ଗରମ ଓ ଗୁଳୁଗୁଳିରୁ ମିଳଲା ଆଶ୍ୱସ୍ତି । ରାଜଧାନୀରେ ଘଡ଼ଘଡ଼ି ବିଜୁଳି ସାଙ୍ଗକୁ ବର୍ଷା ପବନ । ଦୁଇ ଘଣ୍ଟାରୁ ଅଧିକ ସମୟ ଧରି ଲାଗି ରହିଛି ବର୍ଷା। ଲଗାଣ ବର୍ଷା ଫଳରେ ଅନେକ ସ୍ଥାନରେ ଜମି ରହିଛି ପାଣିବର୍ଷା । ବର୍ଷା ଯୋଗୁଁ ୨୪ ଘଣ୍ଟା ପାଇଁ ୨୩ ଜିଲ୍ଲାକୁ ଆଲର୍ଟ ଜାରି କରି ଦିଆଯାଇଛି । ପାଣିପାଗର ପୂର୍ବାନୁମାନରୁ କୁହାଯାଇଥିଲା ରାଜଧାନୀ ଭୁବନେଶ୍ୱରରେ ମୌସୁମୀର ପ୍ରଭାବ ଦେଖିବାକୁ ମିଳିବ, ଏଥିପାଇଁ ଆଜି ପାଗ ଅନୁକୂଳ ରହିଛି । ସୂଚନା ଅନୁଯାୟୀ, ରାଜ୍ୟର ବିଭିନ୍ନ ଅଞ୍ଚଳରେ ଜାରି ରହିଛି ମୌସୁମୀ ବର୍ଷା । ବର୍ଷାର ପରିମାଣ,ପବନର ଦିଗ ଓ ତାପମାତ୍ରାରେ ହ୍ରାସ ମୌସୁମୀର ଓଡ଼ିଶା ପ୍ରବେଶର ସମ୍ଭାବନା ବୃଦ୍ଧି କରାଇଛି ।

ଦକ୍ଷିଣ ଓଡ଼ିଶାର ଅଧିକାଂଶ ଅଞ୍ଚଳରେ ମୌସୁମୀ ବର୍ଷା ସାଙ୍ଗକୁ ପାଗ ମେଘୁଆ ରହିଛି । ଆଜି ଓଡ଼ିଶାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିବ । ଆଜିଠାରୁ ବର୍ଷାର ବିସ୍ତୃତି ବଢିବା ସହ ପରିମାଣ ମଧ୍ୟ ବଢିବ । ଆଗାମୀ ଦିନ ଠାରୁ ବର୍ଷାର ପରିମାଣ ବଢିବ । ଅଧିକାଂଶ ଅଞ୍ଚଳରେ ପ୍ରଚୁର ପରିମାଣରେ ବର୍ଷା ହେବ । ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ଖୋର୍ଦ୍ଧା, ଗଞ୍ଜାମ ଜିଲ୍ଲାର କିଛି ସ୍ଥାନରେ ବର୍ଷା ହୋଇଛି । ଏହାକୁ ଦୃଷ୍ଟିରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ଼, ବଲାଙ୍ଗୀର, କଳାହାଣ୍ଡି, ବୌଦ୍ଧ, ନୂଆପଡ଼ା, ସୋନପୁର, ଝାରସୁଗୁଡ଼ା, ସମ୍ବଲପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା