Masthead

ପ୍ରବଳ ବର୍ଷା ନେଇ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଗାମୀ ୭ ଦିନ ଯାଏଁ ବର୍ଷାରେ ଭିଜିବ ଓଡ଼ିଶା। ୧୯ ତାରିଖରେ ଆଉ ଏକ ଲଘୁଚାପ ସୃଷ୍ଟି ହେଉଥିବାରୁ ଏହାର ପ୍ରଭାବରେ ବର୍ଷା ସମ୍ଭାବନା ରହିଛି। ପ୍ରବଳ ବର୍ଷା ନେଇ ଆଜି ପାଇଁ ୬ ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ। ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି ଓ କୋରାପୁଟକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଦକ୍ଷିଣ ଛତିଶଗଡ଼ ଉପରେ ରହିଛି । ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ଭଲ ବର୍ଷା ସମ୍ଭାବନା ଅଛି। ୧୮ରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ଅଛି ।

୧୯ରେ କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, କନ୍ଧମାଳ ଓ ଗଞ୍ଜାମର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ମାଲକାନଗିରି, ରାୟଗଡ଼ା, ଗଜପତି, ପୁରୀ, ନୟାଗଡ଼, ଖୋର୍ଦ୍ଧା, ନୂଆପଡ଼ା, ବଲାଙ୍ଗୀର, ମୟୂରଭଞ୍ଜ, କେନ୍ଦୁଝର ଓ କଟକର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ସେହିପରି ୨୦ରେ କଳାହାଣ୍ଡି, ନବରଙ୍ଗପୁର, କନ୍ଧମାଳ ଓ ବଲାଙ୍ଗୀରରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ଆକଳନ କରିଛି । ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ନୟାଗଡ଼, ପୁରୀ, ଖୋର୍ଦ୍ଧା, କଟକ, କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଞ୍ଜାମ, ଗଜପତି ଓ ନୂଆପଡ଼ାର କିଛି ସ୍ଥାନରେ ଅଧିକ ବର୍ଷା ହୋଇପାରେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା