Masthead

ପ୍ରବଳ ବର୍ଷା ନେଇ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଗାମୀ ୭ ଦିନ ଯାଏଁ ବର୍ଷାରେ ଭିଜିବ ଓଡ଼ିଶା। ୧୯ ତାରିଖରେ ଆଉ ଏକ ଲଘୁଚାପ ସୃଷ୍ଟି ହେଉଥିବାରୁ ଏହାର ପ୍ରଭାବରେ ବର୍ଷା ସମ୍ଭାବନା ରହିଛି। ପ୍ରବଳ ବର୍ଷା ନେଇ ଆଜି ପାଇଁ ୬ ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ। ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି ଓ କୋରାପୁଟକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଦକ୍ଷିଣ ଛତିଶଗଡ଼ ଉପରେ ରହିଛି । ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ଭଲ ବର୍ଷା ସମ୍ଭାବନା ଅଛି। ୧୮ରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ଅଛି ।

୧୯ରେ କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, କନ୍ଧମାଳ ଓ ଗଞ୍ଜାମର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ମାଲକାନଗିରି, ରାୟଗଡ଼ା, ଗଜପତି, ପୁରୀ, ନୟାଗଡ଼, ଖୋର୍ଦ୍ଧା, ନୂଆପଡ଼ା, ବଲାଙ୍ଗୀର, ମୟୂରଭଞ୍ଜ, କେନ୍ଦୁଝର ଓ କଟକର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ସେହିପରି ୨୦ରେ କଳାହାଣ୍ଡି, ନବରଙ୍ଗପୁର, କନ୍ଧମାଳ ଓ ବଲାଙ୍ଗୀରରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ଆକଳନ କରିଛି । ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ନୟାଗଡ଼, ପୁରୀ, ଖୋର୍ଦ୍ଧା, କଟକ, କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଞ୍ଜାମ, ଗଜପତି ଓ ନୂଆପଡ଼ାର କିଛି ସ୍ଥାନରେ ଅଧିକ ବର୍ଷା ହୋଇପାରେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା