Masthead

ଭିଜିବ ଓଡ଼ିଶା: ୨୧ ତାରିଖ ଯାଏଁ ବର୍ଷା ସମ୍ଭାବନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବର୍ଷାରେ ଭିଜିବ ଓଡ଼ିଶା । ରାଜ୍ୟରେ ଦୁଇ ଦୁଇଟି ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ସମ୍ଭାବନା । ଆଗାମୀ ୪ ଦିନ ଯାଏଁ ରାଜ୍ୟରେ ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ରବିବାର ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସୋମବାର ଲଘୁଚାପ ରୂପ ନେଇଛି । ଏହା ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବ । ୧୯ରେ ପୁଣି ଏକ ଲଘୁଚାପ ହେବ । ଏହି ଦୁଇ ଲଘୁଚାପ ପ୍ରଭାବରେ ୨୧ ତାରିଖ ଯାଏ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଶେଷଜ୍ଞ ପୂର୍ବାନୁମାନ କରିଛନ୍ତି। ଆଗକୁ ଆହୁରି ଦୁଇଟି ଲଘୁଚାପ ଥିବାରୁ ରାଜ୍ୟରେ ନିଅଣ୍ଟିଆ ସ୍ଥିତି ଭରଣା ହେବ ବୋଲି ସେ କହିଛନ୍ତି । ବରିଷ୍ଠ ପାଣିପାଗ ବିଶେଷଜ୍ଞ କହିଛନ୍ତି, ଓଡ଼ିଶା ସଂଲଗ୍ନ ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ଆସନ୍ତାକାଲି ପୂର୍ବ-ପଶ୍ଚିମ ଆଡ଼କୁ ବିସ୍ତୃତ ହେବ । ଏହା ଓଡ଼ିଶାରୁ ମହାରାଷ୍ଟ୍ର ଯାଏ ଲମ୍ବିବ ।୧୮ରେ ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ୧୯ରେ ଏହା ଲଘୁଚାପରେ ପରିଣତ ହେବ । ଏହା ପ୍ରଭାବରେ ୨୧ ଯାଏ ବର୍ଷା ହେବ । ଦକ୍ଷିଣ ଓ ଉତ୍ତର ଓଡ଼ିଶାରେ ଅଧିକ ବର୍ଷା ହେବ ।

ଏଠାରେ ମୋଟ ୧୨୦ରୁ ୧୫୦ମିମି ପର୍ୟ୍ୟନ୍ତ ବର୍ଷା ହୋଇପାରେ । ଖୋର୍ଦ୍ଧା, ପୁରୀ, କଟକ, ଜଗତ୍ସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ ଓ ବାଲେଶ୍ୱରରେ ଅପେକ୍ଷାକୃତ କମ୍ ବର୍ଷା ହେବ ବୋଲି ସେ ପୂର୍ବାନୁମାନ କରିଛନ୍ତି । ୨୩ ତାରିଖରେ ଉତ୍ତର ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇପାରେ । ୨୪ ବା ୨୫ ତାରିଖରେ ଏହା ଲଘୁଚାପରେ ପରିଣତ ହେବ । ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ ଉପରେ ଏହା ସୃଷ୍ଟି ହୋଇପାରେ । ଏହା ପ୍ରଭାବରେ ଉତ୍ତର ଓଡ଼ିଶାରେ ଭାରୀ ବର୍ଷା ହେବ । ଆସନ୍ତା ୧୭ ତାରିଖରୁ ବର୍ଷା ବଢ଼ିବ । ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, ନୟାଗଡ଼, ମାଲକାନଗିରି ଓ କୋରାପୁଟରେ ଭାରୀ ବର୍ଷା ସମ୍ଭାବନା ଅଛି । ୧୮ ଓ ୧୯ ତାରିଖରେ ବି ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ବଢ଼ିବ । ଆଜି କୋରାପୁଟରେ ୪୫.୨, ତାଳଚେରରେ ୧୫, ବୌଦ୍ଧ ୧୮, ନୟାଗଡ଼ ୧୭, ନବରଙ୍ଗପୁରରେ ୧୩ମିମି ବର୍ଷା ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ