Masthead

ଆସନ୍ତା ୩ ଘଣ୍ଟା ପାଇଁ ୬ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ୩ ଘଣ୍ଟା ପାଇଁ ୬ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା । ବୌଦ୍ଧ, କନ୍ଧମାଳ, ବଲାଙ୍ଗିର, କଳାହାଣ୍ଡି, ଗଞ୍ଜାମ, ଗଜପତିକୁ ସତର୍କତା । ତଳିଆ ଅଞ୍ଚଳରେ ପାଣି ଜମିବା ଆଶଙ୍କା, ଟ୍ରାଫିକ ସମସ୍ୟା ଉପୁଜିପାରେ । ଆହୁରି ୪ ଦିନ ବର୍ଷା ଲାଗି ରହିବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ତେବେ ଆଗାମୀ ଦୁଇ ଦିନ ଭିତରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨୫ ଓ ୨୬ ତାରିଖରେ ଉପକୂଳ ଓ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ ପ୍ରବଳ ବର୍ଷା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଲଘୁଚାପ ପ୍ରଭାବରେ ରାଜ୍ୟରେ ଘଡ଼ଘଡ଼ି ସହ ବର୍ଷା ଲାଗି ରହିବ। ଆଜି ବରଗଡ଼, ସୋନପୁର, ବୌଦ୍ଧ ଓ ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ, କେନ୍ଦୁଝର, ମୟୁରଭଞ୍ଜ, ଦେଓଗଡ଼, ନୟାଗଡ଼, କେନ୍ଦ୍ରାପଡ଼ା, ଜଗତସିଂପୁର ଓ କଟକ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଏହି ସବୁ ଜିଲ୍ଲାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୱାର୍ଣ୍ଣିଂ ଜାରି କରାଯାଇଛି। ଚଳିତ ମୌସୁମୀ ସିଜିନରେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୩୭୧.୯ ପ୍ରତିଶତ ବର୍ଷା ରେକର୍ଡ ହୋଇଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ