ଆସନ୍ତା ୩ ଘଣ୍ଟା ପାଇଁ ୬ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ୩ ଘଣ୍ଟା ପାଇଁ ୬ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା । ବୌଦ୍ଧ, କନ୍ଧମାଳ, ବଲାଙ୍ଗିର, କଳାହାଣ୍ଡି, ଗଞ୍ଜାମ, ଗଜପତିକୁ ସତର୍କତା । ତଳିଆ ଅଞ୍ଚଳରେ ପାଣି ଜମିବା ଆଶଙ୍କା, ଟ୍ରାଫିକ ସମସ୍ୟା ଉପୁଜିପାରେ । ଆହୁରି ୪ ଦିନ ବର୍ଷା ଲାଗି ରହିବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ତେବେ ଆଗାମୀ ଦୁଇ ଦିନ ଭିତରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨୫ ଓ ୨୬ ତାରିଖରେ ଉପକୂଳ ଓ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ ପ୍ରବଳ ବର୍ଷା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଲଘୁଚାପ ପ୍ରଭାବରେ ରାଜ୍ୟରେ ଘଡ଼ଘଡ଼ି ସହ ବର୍ଷା ଲାଗି ରହିବ। ଆଜି ବରଗଡ଼, ସୋନପୁର, ବୌଦ୍ଧ ଓ ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ, କେନ୍ଦୁଝର, ମୟୁରଭଞ୍ଜ, ଦେଓଗଡ଼, ନୟାଗଡ଼, କେନ୍ଦ୍ରାପଡ଼ା, ଜଗତସିଂପୁର ଓ କଟକ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଏହି ସବୁ ଜିଲ୍ଲାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୱାର୍ଣ୍ଣିଂ ଜାରି କରାଯାଇଛି। ଚଳିତ ମୌସୁମୀ ସିଜିନରେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୩୭୧.୯ ପ୍ରତିଶତ ବର୍ଷା ରେକର୍ଡ ହୋଇଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’