Masthead

ବଙ୍ଗୋପସାଗରରେ ସୃଷ୍ଟି ହେଲା ଆଉ ଏକ ଲଘୁଚାପ: ଆଜି ୧୦ ଜିଲ୍ଲାକୁ ୱାର୍ଣ୍ଣିଂ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ଉତ୍ତର ଓ ଉପପୂଳ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା। ଉତ୍ତର ଓଡ଼ିଶାରେ ବନ୍ୟା ଆଶଙ୍କା ଥିବା ବେଳେ ୧୩ ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ସ୍ବତନ୍ତ୍ର ରିଲିଫ୍ କମିଶନର। ଉତ୍ତର ବଙ୍ଗୋପସାଗର ଓ ବାଂଲାଦେଶ ସଂଲଗ୍ନ ଅଂଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଛି। ଏହା କ୍ରମଶଃ ପଶ୍ଚିମ ଓ ଉତ୍ତର ଦିଗକୁ ଗତି କରି ୨ ଦିନ ମଧ୍ୟରେ ଝାଡ଼ଖଣ୍ଡ ଓ ଗାଙ୍ଗେୟ ପଶ୍ଚିମବଙ୍ଗ ଅଂଚଳରେ ପହଁଚିବ। ପ୍ରଭାବରେ ଓଡ଼ିଶାରେ କେତେକ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି। ଆଗାମୀ ୪ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ପାଣିପାଗକେନ୍ଦ୍ରର ସୂଚନା ଅନୁସାରେ, ଆଜି ୧୦ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହି ଜିଲ୍ଲା ଗୁଡ଼ିକ କୋରାପୁଟ, ନବରଙ୍ଗପୁର, ନୂଆପଡା, କଳାହାଣ୍ଡି, ବଲାଙ୍ଗିର, କନ୍ଧମାଳ, ସୋନପୁର, ବରଗଡ଼, କଟକ ଓ ନୟାଗଡ଼। ସେହିପରି ରବିବାର ମୟୂରଭଞ୍ଜ,କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ବରଗଡ଼, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସୋମବାର ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ।

ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ମଙ୍ଗଳବାର ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ ଓ ଯାଜପୁର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ୟ୍ୟନ୍ତ ବର୍ଷା ହୋଇପାରେ। ସେହିପରି ବାଲେଶ୍ୱର, କେନ୍ଦ୍ରାପଡ଼ା, କଟକ, ଢେଙ୍କାନାଳ ଓ ଅନୁଗୋଳ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ୟ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।ଆସନ୍ତା ୩୧ ତାରିଖ ପର୍ୟ୍ୟନ୍ତ ରାଜ୍ୟରେ ଏଭଳି ବର୍ଷା ଜାରି ରହିବ। ଏଥିପାଇଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା