Masthead

ଆସୁଛି ଆଉ ଏକ ଲଘୁଚାପ: ୬ ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ବର(ବଡ଼ ଖବର ବ୍ୟୁରୋ): ସାରା ରାଜ୍ୟରେ ଲାଗି ରହିଛି ବର୍ଷା । ଆସନ୍ତା ୩୧ ତାରିଖରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ପଶ୍ଚିମବଙ୍ଗ ଓ ଓଡ଼ିଶା ଉପକୂଳବର୍ତ୍ତୀ ଅଞ୍ଚଳରେ ହେବାକୁ ଥିବା ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବର୍ଷା ବଢ଼ିବ । ୨ ତାରିଖ ଯାଏଁ ଅନେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୩୦ରୁ ରାଜ୍ୟର ବିସ୍ତୃତ ଅଞ୍ଚଳରେ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ପାଣିପାଗ ବିଭାଗ ପୂର୍ବାନୁମାନ ଅନୁସାରେ, ୨୯ ଓ ୩୦ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବାଲେଶ୍ୱର, ଭଦ୍ରକ ଓ ଯାଜପୁରରେ ପ୍ରବଳ ବର୍ଷା ହୋଇପାରେ ।

୩୧ରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, କେନ୍ଦୁଝର, ଅନୁଗୁଳ, ମୟୂରଭଞ୍ଜ, ଢେଙ୍କାନାଳ, ଦେବଗଡ଼, ମାଲକାନଗିରି, କୋରାପୁଟ, ରାୟଗଡ଼ା, କଳାହାଣ୍ଡି ଓ କନ୍ଧମାଳରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ୧ ତାରିଖରେ ବି ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଉପକୂଳ ଓଡ଼ିଶାର ଅନେକ ସ୍ଥାନରେ ବର୍ଷା ହୋଇପାରେ । ଏବେ ଉତ୍ତର ଛତିଶଗଡ଼ ଓ ଏହାର ସଂଲଗ୍ନ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟରହିଛି । ଗତ ୨୪ ଘଣ୍ଟାରେ ନୟାଗଡ଼ର ରଣପୁରରେ ୧୧୨ ମିମି ବର୍ଷା ହୋଇଛି । ନବରଙ୍ଗପୁର ରାଇଘରରେ ୧୧୦ ମିମି, କଳାହାଣ୍ଡି କୋକସରାରେ ୮୦, ବରଗଡ଼ ଭଟ୍ଲୀରେ ୭୫, ନବରଙ୍ଗପୁର ଝରିଗାଁରେ ୭୫ରେ ମିମି ବର୍ଷା ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ