Masthead

ଆସୁଛି ଆଉ ଏକ ଲଘୁଚାପ: ୬ ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ବର(ବଡ଼ ଖବର ବ୍ୟୁରୋ): ସାରା ରାଜ୍ୟରେ ଲାଗି ରହିଛି ବର୍ଷା । ଆସନ୍ତା ୩୧ ତାରିଖରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ପଶ୍ଚିମବଙ୍ଗ ଓ ଓଡ଼ିଶା ଉପକୂଳବର୍ତ୍ତୀ ଅଞ୍ଚଳରେ ହେବାକୁ ଥିବା ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବର୍ଷା ବଢ଼ିବ । ୨ ତାରିଖ ଯାଏଁ ଅନେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୩୦ରୁ ରାଜ୍ୟର ବିସ୍ତୃତ ଅଞ୍ଚଳରେ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ପାଣିପାଗ ବିଭାଗ ପୂର୍ବାନୁମାନ ଅନୁସାରେ, ୨୯ ଓ ୩୦ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବାଲେଶ୍ୱର, ଭଦ୍ରକ ଓ ଯାଜପୁରରେ ପ୍ରବଳ ବର୍ଷା ହୋଇପାରେ ।

୩୧ରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, କେନ୍ଦୁଝର, ଅନୁଗୁଳ, ମୟୂରଭଞ୍ଜ, ଢେଙ୍କାନାଳ, ଦେବଗଡ଼, ମାଲକାନଗିରି, କୋରାପୁଟ, ରାୟଗଡ଼ା, କଳାହାଣ୍ଡି ଓ କନ୍ଧମାଳରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ୧ ତାରିଖରେ ବି ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଉପକୂଳ ଓଡ଼ିଶାର ଅନେକ ସ୍ଥାନରେ ବର୍ଷା ହୋଇପାରେ । ଏବେ ଉତ୍ତର ଛତିଶଗଡ଼ ଓ ଏହାର ସଂଲଗ୍ନ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟରହିଛି । ଗତ ୨୪ ଘଣ୍ଟାରେ ନୟାଗଡ଼ର ରଣପୁରରେ ୧୧୨ ମିମି ବର୍ଷା ହୋଇଛି । ନବରଙ୍ଗପୁର ରାଇଘରରେ ୧୧୦ ମିମି, କଳାହାଣ୍ଡି କୋକସରାରେ ୮୦, ବରଗଡ଼ ଭଟ୍ଲୀରେ ୭୫, ନବରଙ୍ଗପୁର ଝରିଗାଁରେ ୭୫ରେ ମିମି ବର୍ଷା ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମୋ ପାଇଁ ଛୁଆଙ୍କୁ ଲଗାଇଛନ୍ତି ନବୀନ: ଧର୍ମେନ୍ଦ୍ର ପ୍ରଧାନ 🔴 ବୈତରଣୀରେ ବଢ଼ୁଛି ପାଣି, ପୁଣି ଡରାଇଲା ବନ୍ୟା 🔴 ଓଡ଼ିଶା ଜଙ୍ଗଲରେ ଅସୁରକ୍ଷିତ କି ‘ବାଘ’? 🔴 ଲିଫ୍ଟ ମନା କରିବା ପଡ଼ିଲା ମହଙ୍ଗା 🔴 ଆଜି ସୃଷ୍ଟି ହେବ ଲଘୁଚାପ, ୧୧ ଯାଏଁ ପ୍ରବଳ ବର୍ଷା 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ 🔴 ଓଡିଶାକୁ ରେଡ୍ ୱାର୍ଣ୍ଣିଂ, ଭିଜିବ ସାରା ରାଜ୍ୟ 🔴 ନୂଆଖାଇ ପାଇଁ ବଲାଙ୍ଗିରରେ ନବାନ୍ନ ଲଗ୍ନ ଧାର୍ଯ୍ୟ 🔴 ୫ ହଜାର କୋଟିର ଫାଇନ୍ ଗଣିବ ମେଟା 🔴 ମୋ ପାଇଁ ଛୁଆଙ୍କୁ ଲଗାଇଛନ୍ତି ନବୀନ: ଧର୍ମେନ୍ଦ୍ର ପ୍ରଧାନ 🔴 ବୈତରଣୀରେ ବଢ଼ୁଛି ପାଣି, ପୁଣି ଡରାଇଲା ବନ୍ୟା 🔴 ଓଡ଼ିଶା ଜଙ୍ଗଲରେ ଅସୁରକ୍ଷିତ କି ‘ବାଘ’? 🔴 ଲିଫ୍ଟ ମନା କରିବା ପଡ଼ିଲା ମହଙ୍ଗା 🔴 ଆଜି ସୃଷ୍ଟି ହେବ ଲଘୁଚାପ, ୧୧ ଯାଏଁ ପ୍ରବଳ ବର୍ଷା 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ 🔴 ଓଡିଶାକୁ ରେଡ୍ ୱାର୍ଣ୍ଣିଂ, ଭିଜିବ ସାରା ରାଜ୍ୟ 🔴 ନୂଆଖାଇ ପାଇଁ ବଲାଙ୍ଗିରରେ ନବାନ୍ନ ଲଗ୍ନ ଧାର୍ଯ୍ୟ 🔴 ୫ ହଜାର କୋଟିର ଫାଇନ୍ ଗଣିବ ମେଟା