Masthead

ଆହୁରି ୩ ଦିନ ବର୍ଷାରେ ଭିଜିବ ସାରା ଓଡ଼ିଶା: ୫ ଦିନ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆହୁରି ୩ ଦିନ ବର୍ଷାରେ ଭିଜିବ ସାରା ଓଡ଼ିଶା। ଝାଡ଼ଖଣ୍ଡ ଓ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳ ଉପରେ ରହିଥିବା ଘୂର୍ଣ୍ଣିବଳୟ ସହ ମୌସୁମୀ ଟ୍ରାପ୍ ଲାଇନ୍ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆଜିଠାରୁ ରାଜ୍ୟରେ ବଢ଼ିବ ବର୍ଷା। ଓଡ଼ିଶାର କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସୁନ୍ଦରଗଡରୁ ବଲାଙ୍ଗୀର ପର୍ଯ୍ୟନ୍ତ ପଶ୍ଚିମ ଓଡ଼ିଶାରେ ସମୁଦାୟ ବର୍ଷା ୧୦୦ରୁ ୧୫୦ ମି.ମି ହେବାକୁ ଥିବାବେଳେ ସମ୍ବଲପୁରରେ ସବୁଠାରୁ ଅଧିକ ବର୍ଷା ହୋଇପାରେ । ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ , ଆଜି ପୂର୍ବାହ୍ନ ମଧ୍ୟରେ ଅନୁଗୁଳ, ଢେଙ୍କାନାଳ, ଯାଜପୁର, କେନ୍ଦୁଝର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୪ ତାରିଖ ଯାଏ ବର୍ଷା ହେବାର ସମ୍ଭାବନା ଥିବାରୁ ବନ୍ୟା ଆଶଙ୍କା ରହିଛି । ଏପରି ସ୍ଥିତିରେ ଜିଲ୍ଲା ପ୍ରଶାସନକୁ ସତର୍କ ରହିବାକୁ କୁହାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ