Masthead

ଗଭୀର ଅବପାତ ରୂପ ନେଲା ଲଘୁଚାପ: ରାଜ୍ୟରେ ୬ରୁ ବଢ଼ିବ ବର୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଙ୍ଗୋପସାଗରେ ସୃଷ୍ଟିହେଲା ଲଘୁଚାପ । ରାଜ୍ୟରେ ଆସନ୍ତା ୬ ତାରିଖରୁ ବର୍ଷା ପରିମାଣ ବଢ଼ିବ । ୭ରେ ପ୍ରବଳ ବର୍ଷା ହୋଇପାରେ । ୯ ଯାଏଁ ଲାଗି ରହିବ ବର୍ଷା । ଲଘୁଚାପ ଘନୀଭୂତ ହୋଇ ଗଭୀର ଅବପାତ ରୂପ ନେବା ପରେ ବିହାର ଓ ପାଶ୍ୱର୍ବର୍ତ୍ତୀ ଝାଡ଼ଖଣ୍ଡ ଉପରେ ରହିଛି । ଅନୁମାନ କରାଯାଉଛି, ଆଜି ଉତ୍ତର ଓଡ଼ିଶାର ଅନେକ ଜାଗାରେ ବର୍ଷା ହୋଇପାରେ । ଦକ୍ଷିଣରେ ବିଶେଷ ବର୍ଷା ସମ୍ଭାବନା ନାହିଁ । ସୋମବାର ଅଳ୍ପ କିଛି ଜାଗାରେ ବର୍ଷା ସମ୍ଭାବନା ଅଛି । ୬ ତାରିଖରୁ ବର୍ଷା ପ୍ରକୋପ ବଢ଼ିବ । ଉତ୍ତର ଉପକୂଳରେ ଅଧିକ ବର୍ଷା ସମ୍ଭାବନା ଥିବାବେଳେ ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ମୟୂରଭଞ୍ଜ ସହ ଅନୁଗୁଳ, ଢେଙ୍କାନାଳରେ ପ୍ରବଳ ବର୍ଷା ହୋଇପାରେ । ୭ ତାରିଖ ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷା ହେବ ।

ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ହେବ । ୮ ଓ ୯ରେ ଉତ୍ତର ଓଡ଼ିଶାରେ ଅଧିକ ବର୍ଷା ହୋଇପାରେ । ଏ ବର୍ଷ ଜୁନ୍ରେ ୧୫୬.୩ ମିଲିମିଟର ବର୍ଷା ହୋଇଛି, ଯାହାକି ସ୍ୱାଭାବିକଠାରୁ ୨୪% କମ୍ । ଜୁଲାଇ ମାସରେ ୩୨୦.୮ ମିମି ବର୍ଷା ରେକର୍ଡ କରାଯାଇଛି । ଏହା ସ୍ୱାଭାବିକଠାରୁ ୫.୨% କମ୍ । ଅଗଷ୍ଟ ମାସର ପ୍ରଥମ ୩ ଦିନ ଭିତରେ ୪୧.୮ ମିମି ବର୍ଷା ରେକର୍ଡ ହୋଇଛି, ଯାହା ସ୍ୱାଭାବିକଠାରୁ ୨୧.୪% ଅଧିକ । ଜୁନ୍ ପହିଲାରୁ ଆଜି ସୁଦ୍ଧା ରାଜ୍ୟରେ ୫୧୯ ମିମି ବର୍ଷା ହୋଇଛି । ଏହା ସ୍ୱାଭାବିକ ତୁଳନାରେ ୧୦.୩% କମ୍ । ଏତେ ବର୍ଷା ପରେ ବି ଏବେ ସୁଦ୍ଧା ୧୨ ଜିଲ୍ଲାରେ ନିଅଣ୍ଟିଆ ସ୍ଥିତି ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ