Masthead

ଆଜିଠୁ ପ୍ରବଳ ବର୍ଷା, ୧୭ ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଆଜିଠାରୁ ପ୍ରବଳ ବର୍ଷା ହେବ । ସନ୍ଧ୍ୟାରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ଓଡ଼ିଶା ଉପରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ୭ରେ ଏହା ଲଘୁଚାପ ରୂପ ନେବ । ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବ । ପଶ୍ଚିମ ଓଡ଼ିଶାରେ ଅଧିକ ବର୍ଷା ହୋଇପାରେ । ବରିଷ୍ଠ ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ ଏହି ପୂର୍ବାନୁମାନ କରିଛନ୍ତି । ଭାରତୀୟ ପାଣିପାଗ ବିଭାଗ  ଆକଳନ କହୁଛି, ୬ ତାରିଖରେ ଓଡ଼ିଶାରେ ପ୍ରବଳ ବର୍ଷା ହୋଇପାରେ । ୭ ତାରିଖରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଅଛି । କିଛି ସ୍ଥାନରେ ୧୨୦ ମିମି ପର୍ଯ୍ୟନ୍ତ ବର୍ଷା ହୋଇପାରେ ।

୮ ତାରିଖରେ ପ୍ରବଳ ବର୍ଷା ହେବ । ୬ ତାରିଖରେ ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା ଓ କୋରାପୁଟରେ ପ୍ରବଳ ବର୍ଷା ହୋଇପାରେ । ଏ ସବୁ ଜିଲ୍ଲାର କିଛି ସ୍ଥାନରେ ୭୦ରୁ ୧୧୦ ମିମି ବର୍ଷା ସମ୍ଭାବନା ଅଛି । ଭୁବନେଶ୍ୱରରେ ୪୩.୯ ମିମି ବର୍ଷା ହୋଇଛି । କଟକରେ ୨୯.୪, ତାଳଚେରରେ ୨୧, ନୟାଗଡ଼ରେ ୧୯ ଓ ଢେଙ୍କାନାଳରେ୧୧.୨ ମିମି ବର୍ଷା ହୋଇଛି । ଗତ ୨୪ ଘଣ୍ଟାରେ ବାଲେଶ୍ୱର ନୀଳଗିରିରେ ୯୩, କେନ୍ଦୁଝର ଦୈତାରୀରେ ୭୫.୬ ମିମି ବର୍ଷା ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼