Masthead

ରାଜ୍ୟରେ ୨ ଦିନ ସାମାନ୍ୟ ଆଶ୍ୱସ୍ତି, ୨୫ରୁ ଫେରିବ ତାତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଦୁଇ ଦିନ ସାମାନ୍ୟ ଆଶ୍ୱସ୍ତି ।୨୩ ଓ ୨୪ରେ ରାଜ୍ୟରେ ତାପମାତ୍ରା ସାମାନ୍ୟ ହ୍ରାସ ଘଟିବ । ପାରଦ ୨ରୁ ୩ ଡିଗ୍ରୀ ଖସିବ,୪୧ ଡିଗ୍ରୀ ପାଖାପାଖି ରହିବ ପାରଦ । ଆଜିଠୁ ରାଜ୍ୟରେ ବଢ଼ିବ କାଳବୈଶାଖୀର ପ୍ରଭାବ । ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀ ବର୍ଷା ସମ୍ଭାବନା ଥିବା ଆକଳନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ୧୫ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି । ବଜ୍ରପାତ ଆଶଙ୍କା ଥିବାରୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି ।

କାଳବୈଶାଖୀ ଯୋଗୁଁ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହରୁ ମିଳିପାରେ ଆଶ୍ୱସ୍ତି । ୨୫ ତାରିଖ ଯାଏ କାଳବୈଶାଖୀ ପାଇଁ ତାପମାତ୍ରା ନିୟନ୍ତ୍ରଣରେ ରହିବ ବୋଲି ଆକଳନ କରାଯାଉଛି ।ତେବେ ୨୬ ତାରିଖରୁ ପାଗରେ ପୁଣି ଆସିବ ପରିବର୍ତ୍ତନ । ପ୍ରଚଣ୍ଡ ଖରା ସାଙ୍ଗକୁ ଗୁଳିଗୁଳିରେ ସନ୍ତୁଳି ହେବେ ରାଜ୍ୟବାସୀ । ୨୬ ତାରିଖରେ ହିଟ୍ ୱେଭ୍ ନେଇ ମଧ୍ୟ ସତର୍କ ସୂଚନା ଜାରି କରାଯାଇଛି । ୧୪ ଜିଲ୍ଲାକୁ ଅରେଞ୍ଜ ଓ ୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ