Masthead

କାଲିଠୁ ବଢିବ ବର୍ଷା, ୨୪ ଘଣ୍ଟାରେ ଦୁଇ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ ବାୟୁ । ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ସମ୍ଭାବନା। ଝାଡ଼ଖଣ୍ଡ ଓ ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣି ବଳୟ ପ୍ରଭାବରେ ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ସମ୍ବଲପୁର, ଦେବଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ପରବର୍ତ୍ତୀ ଦୁଇ ଦିନ ଅର୍ଥାତ ୧୧ ଓ ୧୨ ତାରିଖରେ କାଭାଁ କେତେକ ସ୍ଥାନରେ କାଳବୈଶାଖି ଜନିତ ବର୍ଷା ହେବାର ଆଶଙ୍କା ରହିଛି।

ତେବେ ୧୩ ତାରିଖରେ ମୟୁରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହୋଇପାରେ। ୧୪ ଓ ୧୫ ତାରିଖରେ ଉତ୍ତର ଓଡ଼ିଶାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏହାକୁ ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋୱାର୍ଣ୍ଣି ଜାରୀ କରାଯାଇଛି। ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଏସଆରସିଙ୍କ ପକ୍ଷରୁ ମଧ୍ୟ ସତର୍କ ସୂଚନା ଜାରି କରାଯିବା ସହ ଜିଲ୍ଲା ପ୍ରଶାସନକୁ ସଜାଗ ରହିବାକୁ ପରାମର୍ଶ ଦିଆଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା