ଆଜିଠୁ କମିବ ବର୍ଷା ପରିମାଣ: ୧୪ରୁ ପୁଣି ବଢିବ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଆଜିଠାରୁ ବର୍ଷାରେ ଲାଗିବ ବ୍ରେକ। କମିବ ବର୍ଷାର ପରିମାଣ। ପାଣିପାଗ ବିଭାଗ ସୂଚନା ଅନୁଯାଇ, ଆସନ୍ତା ୧୨ ଘଣ୍ଟାରେ ୫ ଜିଲ୍ଲକୁ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି ହୋଇଛି । ତେବେ ଆଜି ଆଗାମୀ ୩ ଘଣ୍ଟା ମଧ୍ୟରେ ଅନୁଗୁଳ, କେନ୍ଦୁଝର, ଯାଜପୁର ଜିଲ୍ଲାରେ ବର୍ଷା ଏବଂ ବଜ୍ରପାତ ହେବା ନେଇ ସତର୍କ ଜାରି କରିଛି ପାଣିପାଗ ବିଭାଗ। ଆଜିଠୁ ରାଜ୍ୟରେ ଭାରୀ ବର୍ଷାର ସମ୍ଭାବନା ନାହିଁ । ୧୩ ତାରିଖ ଯାଏ କିଛି କିଛି ସ୍ଥାନରେ ହାଲକାରୁ ମଧ୍ୟମ ବର୍ଷା ହୋଇପାରେ ।

ତେବେ ୧୪ରୁ ପୁଣି ବର୍ଷାର ବିସ୍ତୃତି ବଢ଼ିପାରେ। ୧୫ ଓ ୧୬ ତାରିଖରେ ବଡ଼ ବର୍ଷାର ସମ୍ଭାବନା ରହିଛି । ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର କହିଛି ଯେ ଆସନ୍ତା ୧୪ ତାରିଖରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଏକ ଘୂର୍ଣ୍ଣିବଳୟ। ଏହାଦ୍ବାରା ମୁଖ୍ୟତଃ ଉତ୍ତର ଓଡ଼ିଶା ପ୍ରଭାବିତ ହୋଇପାରେ । ଯାହାର ପ୍ରଭାବରେ କେତେକ ସ୍ଥାନରେ ପ୍ରବଳ ବର୍ଷା ସହ ବର୍ଷାର ପରିମାଣ ବଢ଼ିପାରେ । ସେପଟେ ଉପରମୁଣ୍ଡରେ ବର୍ଷା ଥମିବାରୁ ହୀରାକୁଦ ଜଳଭଣ୍ଡାରକୁ ଜଳପ୍ରବାହ କମିଯାଇଛି । ଫଳରେ ହୀରାକୁଦର ଆଜି ୪ଟି ଗେଟ୍ ବନ୍ଦ କରିଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!