Masthead

ଆଜିଠୁ କମିବ ବର୍ଷା ପରିମାଣ: ୧୪ରୁ ପୁଣି ବଢିବ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଆଜିଠାରୁ ବର୍ଷାରେ ଲାଗିବ ବ୍ରେକ। କମିବ ବର୍ଷାର ପରିମାଣ। ପାଣିପାଗ ବିଭାଗ ସୂଚନା ଅନୁଯାଇ, ଆସନ୍ତା ୧୨ ଘଣ୍ଟାରେ ୫ ଜିଲ୍ଲକୁ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି ହୋଇଛି । ତେବେ ଆଜି ଆଗାମୀ ୩ ଘଣ୍ଟା ମଧ୍ୟରେ ଅନୁଗୁଳ, କେନ୍ଦୁଝର, ଯାଜପୁର ଜିଲ୍ଲାରେ ବର୍ଷା ଏବଂ ବଜ୍ରପାତ ହେବା ନେଇ ସତର୍କ ଜାରି କରିଛି ପାଣିପାଗ ବିଭାଗ। ଆଜିଠୁ ରାଜ୍ୟରେ ଭାରୀ ବର୍ଷାର ସମ୍ଭାବନା ନାହିଁ । ୧୩ ତାରିଖ ଯାଏ କିଛି କିଛି ସ୍ଥାନରେ ହାଲକାରୁ ମଧ୍ୟମ ବର୍ଷା ହୋଇପାରେ ।

ତେବେ ୧୪ରୁ ପୁଣି ବର୍ଷାର ବିସ୍ତୃତି ବଢ଼ିପାରେ। ୧୫ ଓ ୧୬ ତାରିଖରେ ବଡ଼ ବର୍ଷାର ସମ୍ଭାବନା ରହିଛି । ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର କହିଛି ଯେ ଆସନ୍ତା ୧୪ ତାରିଖରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଏକ ଘୂର୍ଣ୍ଣିବଳୟ। ଏହାଦ୍ବାରା ମୁଖ୍ୟତଃ ଉତ୍ତର ଓଡ଼ିଶା ପ୍ରଭାବିତ ହୋଇପାରେ । ଯାହାର ପ୍ରଭାବରେ କେତେକ ସ୍ଥାନରେ ପ୍ରବଳ ବର୍ଷା ସହ ବର୍ଷାର ପରିମାଣ ବଢ଼ିପାରେ । ସେପଟେ ଉପରମୁଣ୍ଡରେ ବର୍ଷା ଥମିବାରୁ ହୀରାକୁଦ ଜଳଭଣ୍ଡାରକୁ ଜଳପ୍ରବାହ କମିଯାଇଛି । ଫଳରେ ହୀରାକୁଦର ଆଜି ୪ଟି ଗେଟ୍ ବନ୍ଦ କରିଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା