Masthead

ପୁଣି ବଢ଼ିବ ବର୍ଷା; ଆସନ୍ତାକାଲି ପାଇଁ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟର ବିଭିନ୍ନ ସ୍ଥାନରେ ପାଗ ମେଘୁଆ ରହିଛି। ସକ୍ରିୟ ମୌସୁମୀ ପ୍ରଭାବରେ ଆସନ୍ତାକାଲିଠୁ ଓଡ଼ିଶାରେ ବର୍ଷା ପରିମାଣ ବଢ଼ିବ। ଆସନ୍ତାକାଲି ପାଇଁ ୧୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦ୍ରାପଡ଼ା, ଯାଜପୁର, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ସୁବର୍ଣ୍ଣପୁର, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର ଏବଂ କୋରାପୁଟ ଜିଲ୍ଲାକୁ କାଲି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

ଏସବୁ ଜିଲ୍ଲାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୧୪ ଓ ୧୫ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ସୁନ୍ଦରଗଡ଼, ଭଦ୍ରକ, ଯାଜପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ତେବେ ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ ବାହାରିବା ଏବଂ ବାହାରେ ଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ