Masthead

୩ ଦିନ ପ୍ରବଳ ବର୍ଷିବ, ଆଜି ପାଇଁ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଉତ୍ତର ବଙ୍ଗୋପସାଗର ଓ ଆଖପାଖରେ ସକ୍ରିୟ ରହିଛି ଲଘୁଚାପ। ଆଗାମୀ ୨ ଦିନ ଭିତରେ ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରି ୱେଲମାର୍କଡ ଲୋ ପ୍ରେସରର ରୂପ ନେବାପରେ ବାଂଲାଦେଶ ଉପକୂଳ ମୁହାଁ ହେବ। ବାଂଲାଦେଶ ଓ ସଂଲଗ୍ନ ପଶ୍ଚିମବଙ୍ଗ ଗାଙ୍ଗେୟ ଅଞ୍ଚଳରେ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର। ଏହାର ପ୍ରଭାବରେ ଆଗାମୀ ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ। ଆଜି ପ୍ରବଳ ବର୍ଷା ପାଇଁ ୬ ଜିଲ୍ଲା ଓ ୧୯ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ଦେବଗଡ଼ ଓ କେନ୍ଦୁଝର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

ସେହିପରି ୨୦ ତାରିଖ ପାଇଁ ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାକୁ ସତର୍କ ସୂଚନା ଜାରି ହୋଇଛି। ପରେ ବର୍ଷାର ପରିମାଣ କମିବ। ସମୁଦ୍ର ଅଶାନ୍ତ ରହୁଥିବାରୁ ଆସନ୍ତା ୨୦ ତାରିଖ ଯାଏ ମତ୍ସ୍ୟଜୀବୀଙ୍କୁ ବଙ୍ଗୋପସାଗର ଯିବାକୁ ବାରଣ କରାଯାଇଛି । ପ୍ରବଳ ବର୍ଷା ପାଇଁ ଜିଲ୍ଲାପାଳଙ୍କୁ ଆଲର୍ଟ କରିଛନ୍ତି ସ୍ବତନ୍ତ୍ର ରିଲିଫ କମିଶନର । ୨୧ ତାରିଖରୁ ବର୍ଷାର ପରିମାଣ ହ୍ରାସ ପାଇବାର ସୂଚନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ