Masthead

ଆଜି ୪ ଜିଲ୍ଲାକୁ ଓ୍ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ୫ ଦିନ ପଶ୍ଚିମ ରାଜ୍ୟରେ ଅଧିକ ବର୍ଷା ସମ୍ଭାବନା ଅଛି । ୨୦ରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼ ଓ ଢେଙ୍କାନାଳର କିଛି ସ୍ଥାନରେ ମଧ୍ୟମରୁ ଭାରୀ ବର୍ଷା ହେବ । ୨୧ ଓ ୨୨ରେ ବି ପଶ୍ଚିମ ଓଡ଼ିଶାର କିଛି ସ୍ଥାନରେ ଅଧିକ ବର୍ଷା ହୋଇପାରେ। ବରିଷ୍ଠ ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ ଏଭଳି ପୂର୍ବାନୁମାନ କରିଛନ୍ତି । ୨୧ ତାରିଖରେ ସୁନ୍ଦରଗଡ଼, କନ୍ଧମାଳ, ନୂଆପଡ଼ାର କିଛି ସ୍ଥାନରେ ଭାରୀ ବର୍ଷା ହୋଇପାରେ ।

୨୨ ତାରିଖରେ ସୁନ୍ଦରଗଡ଼ ସଂଲଗ୍ନ ଅଞ୍ଚଳ ଓ ୨୩ରେ ଛତିଶଡଗଡ଼ ସଂଲଗ୍ନ ଅଞ୍ଚଳର କିଛି ସ୍ଥାନରେ ମଧ୍ୟମରୁ ଭାରୀ ବର୍ଷା ସମ୍ଭାବନା ଅଛି । ଆସନ୍ତା ୫ ଦିନ ଦକ୍ଷିଣ ଓଡ଼ିଶାରେ ବିଶେଷ ବର୍ଷା ନାହିଁ । ବର୍ଷା ନଥିବାରୁ ଜମିରେ ପାଣି ବାନ୍ଧି ରଖନ୍ତୁ । ପାଣି ଅଭାବ ପାଇଁ ଧାନ ରୁଆ ହୋଇ ପାରୁନଥିବା ଅଞ୍ଚଳରେ ମାଣ୍ଡିଆ ରୁଆ ଭଳି ଧାନ ରୋଇବାକୁ ପ୍ରଫେସର ପଶୁପାଳକ ପରାମର୍ଶ ଦେଇଛନ୍ତି । ମଝିରେ ମଝିରେ ବର୍ଷା ହେଉଥିବାରୁ ଗଛ ମରିବନି ବୋଲି ସେ କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ