ଆଜି ୪ ଜିଲ୍ଲାକୁ ଓ୍ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ୫ ଦିନ ପଶ୍ଚିମ ରାଜ୍ୟରେ ଅଧିକ ବର୍ଷା ସମ୍ଭାବନା ଅଛି । ୨୦ରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼ ଓ ଢେଙ୍କାନାଳର କିଛି ସ୍ଥାନରେ ମଧ୍ୟମରୁ ଭାରୀ ବର୍ଷା ହେବ । ୨୧ ଓ ୨୨ରେ ବି ପଶ୍ଚିମ ଓଡ଼ିଶାର କିଛି ସ୍ଥାନରେ ଅଧିକ ବର୍ଷା ହୋଇପାରେ। ବରିଷ୍ଠ ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ ଏଭଳି ପୂର୍ବାନୁମାନ କରିଛନ୍ତି । ୨୧ ତାରିଖରେ ସୁନ୍ଦରଗଡ଼, କନ୍ଧମାଳ, ନୂଆପଡ଼ାର କିଛି ସ୍ଥାନରେ ଭାରୀ ବର୍ଷା ହୋଇପାରେ ।

୨୨ ତାରିଖରେ ସୁନ୍ଦରଗଡ଼ ସଂଲଗ୍ନ ଅଞ୍ଚଳ ଓ ୨୩ରେ ଛତିଶଡଗଡ଼ ସଂଲଗ୍ନ ଅଞ୍ଚଳର କିଛି ସ୍ଥାନରେ ମଧ୍ୟମରୁ ଭାରୀ ବର୍ଷା ସମ୍ଭାବନା ଅଛି । ଆସନ୍ତା ୫ ଦିନ ଦକ୍ଷିଣ ଓଡ଼ିଶାରେ ବିଶେଷ ବର୍ଷା ନାହିଁ । ବର୍ଷା ନଥିବାରୁ ଜମିରେ ପାଣି ବାନ୍ଧି ରଖନ୍ତୁ । ପାଣି ଅଭାବ ପାଇଁ ଧାନ ରୁଆ ହୋଇ ପାରୁନଥିବା ଅଞ୍ଚଳରେ ମାଣ୍ଡିଆ ରୁଆ ଭଳି ଧାନ ରୋଇବାକୁ ପ୍ରଫେସର ପଶୁପାଳକ ପରାମର୍ଶ ଦେଇଛନ୍ତି । ମଝିରେ ମଝିରେ ବର୍ଷା ହେଉଥିବାରୁ ଗଛ ମରିବନି ବୋଲି ସେ କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!