Masthead

ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ୫ ଦିନ ଯାଏ ପ୍ରବଳ ବର୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଆସନ୍ତା ୫ଦିନ ପର୍ଯ୍ୟନ୍ତ ଲଗାଣ ବର୍ଷା ଲାଗିରହିବ । ପଶ୍ଚିମ ଓଡ଼ିଶାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା । ଏହି ସବୁ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ଏସ୍‌ଆରସି ନିର୍ଦ୍ଦେଶ ଦେଇଛନ୍ତି । ବର୍ତ୍ତମାନ ଦକ୍ଷିଣ ବାଂଲାଦେଶ ଓ ତତ୍‌ସଂଲଗ୍ନ ଅଞ୍ଚଳରେ ଲଘୁଚାପ ସକ୍ରିୟ ରହିଛି । ଏହି ଘୂର୍ଣ୍ଣବଳୟ ଉତ୍ତର ଦିଗକୁ ଗତି କରୁଥିବା ବେଳେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି । ପ୍ରଭାବରେ ୫ ଦିନ ଯାଏଁ ଲଗାଣ ବର୍ଷା ଆକଳନ କରିଛି ପାଣିପାଗ ବିଭାଗ । ଆଜି ଶୁକ୍ରବାର ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଏହି ସବୁ ଜିଲ୍ଲାରେ ୭ରୁ ୧୦ ସେମି ପର୍ଯ୍ୟନ୍ତ ବର୍ଷା ହେବ ।ଏହିସବୁ ଜିଲ୍ଲାଗୁଡିକ ହେଲା ବରଗଡ଼, ବଲାଙ୍ଗୀର, ନୂଆପଡ଼ା, ଜଗତସିଂହପୁର, କେନ୍ଦ୍ରପଡ଼ା, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କଟକ, ଖୋର୍ଦ୍ଧା, ପୁରୀ, ଯାଜପୁର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା । ୨୬ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ଆସ୍ତେ ଆସ୍ତେ କମିବ । କିନ୍ତୁ ୨୯ ତାରିଖରୁ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ସେପ୍ଟେମ୍ବର ୪ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା