ଜଳୁଛି ଓଡ଼ିଶା, ସାଢ଼େ ୨ଟା ସୁଦ୍ଧା ୪୩ ଛୁଇଁଲା ପାରଦ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ କଲବଲ କରୁଛି ତାତି । ଆଜି ଦିନ ୨ଟା ୩୦ ସୁଦ୍ଧା କେନ୍ଦୁଝର ତାପମାତ୍ରା ୪୩ ଡିଗ୍ରୀ ରେକର୍ଡ କରାଯାଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ଝାରସୁଗୁଡାରେ ୪୨.୮ ଡିଗ୍ରୀ, ସମ୍ବଲପୁରରେ ୪୨.୬ ଡିଗ୍ରୀ, ହୀରାକୁଦରେ ୪୧.୮ ଡିଗ୍ରୀ, ରାଉରକେଲାରେ ୪୧.୮ ଡିଗ୍ରୀ, ବାଲେଶ୍ୱରରେ ୪୧.୪ ଡିଗ୍ରୀ, ଭୁବନେଶ୍ୱରରେ ୪୧.୩ ଡିଗ୍ରୀ, ଚାନ୍ଦବାଲିରେ ୪୦.୭ ଡିଗ୍ରୀ, ପୁରୀରେ ୩୪.୬ ଡିଗ୍ରୀ, ଗୋପାଳପୁରରେ ୩୩.୨ ଡିଗ୍ରୀ ଓ ପାରାଦୀପରେ ତାପମାତ୍ରା ୩୩.୧ ଡିଗ୍ରୀ ରେକର୍ଡ କରାଯାଇଛି।

ଗ୍ରୀଷ୍ମ ପ୍ରବାହ ନେଇ ସତର୍କ ସୂଚନା ଜାରି କରାଯାଇଛି। କଟକ ପାଇଁ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ରାଜଧାନୀ ଭୁବନେଶ୍ୱରକୁ ୟେଲୋ। ଘରୁ ନ ବାହାରିବା ପାଇଁ ପାଣିପାଗ ବିଭାଗ ସତର୍କ କରାଇ ଦେଇଛି। ସେପଟେ ରାଜ୍ୟରେ ଅଂଶୁଘାତରେ ଗଲାଣି ଦୁଇ ଜଣଙ୍କ ଜୀବନ। ଆଜି ଏନେଇ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ। ବାଲେଶ୍ୱର ପରେ ଢେଙ୍କାନାଳରେ ଅଂଶୁଘାତରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ