Masthead

୩୧ ଯାଏଁ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସୁଛି ଆଉ ଏକ ଲଘୁଚାପ। ଆସନ୍ତାକାଲି ବେଳକୁ ପୂର୍ବ କେନ୍ଦ୍ରୀୟ-ଉତ୍ତର ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। ଏହା ପ୍ରଭାବରେ ରାଜ୍ୟରେ ଆଜିଠୁ ୩୧ ତାରିଖ ଯାଏଁ ପ୍ରବଳ ବର୍ଷା ହେବା ସମ୍ଭାବନା । ସୃଷ୍ଟି ହେବାକୁ ଥିବା ଲଘୁଚାପ ଆଗାମୀ ୨ଦିନରେ ପଶ୍ଚିମ- ଉତ୍ତର ଦିଗରେ ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧପ୍ରଦେଶ ଉପକୂଳବର୍ତ୍ତୀ ଅଞ୍ଚଳ ଦେଇ ଗତି କରିବ । ଆଜି ପ୍ରବଳ ବର୍ଷା ହେବା ନେଇ କିଛି ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲାଗୁଡ଼ିକ ମଧ୍ୟରେ ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ବରଗଡ଼, ଅନୁଗୋଳ, ନୟାଗଡ଼, ଖୋର୍ଦ୍ଧା, କଟକ, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ, ପୁରୀ ଓ ଜଗତ୍‌ସିଂହପୁର।

୨୯ ତାରିଖରେ ୧୩ ଜିଲାରେ ପ୍ରବଳ ବର୍ଷା ହେବା ସହ ବିଜୁଳି ଓ ଘଡ଼ଘଡ଼ି ମାରିବା ନେଇ ପାଣିପାଗ କେନ୍ଦ୍ର ସତର୍କ କରିଛି। ଲଘୁଚାପ ପ୍ରଭାବରେ ୩୦ ତାରିଖରେ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ ବୋଲି ପୂର୍ବାନୁମାନ କରାଯାଇଛି। ଅତି ପ୍ରବଳ ବର୍ଷା ନେଇ ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ ରାୟଗଡ଼ାକୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ଅନ୍ୟ ୯ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ୩୧ ତାରିଖ ପର୍ଯ୍ୟନ୍ତ ତଳିଆ ଅଞ୍ଚଳରେ ଜଳବନ୍ଦୀ ସମସ୍ୟା ସୃଷ୍ଟିହେବା ଆଶଙ୍କା ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା