Masthead

 ଆଜିଠାରୁ ୩ ଦିନ ରାଜ୍ୟରେ ପ୍ରବଳ ବର୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠାରୁ ୩ ଦିନ ରାଜ୍ୟରେ ପ୍ରବଳ ବର୍ଷା । ଆଗାମୀ ୨୪ ଘଣ୍ଟା ୪ ଉପକୂଳ ଜିଲ୍ଲାରେ ଅତି ପ୍ରବଳ ବର୍ଷା ! ୩ ଦିନ ଭିତରେ ମୌସୁମୀ ପହଞ୍ଚିବା ସମ୍ଭାବନା । ଦକ୍ଷିଣ-ପଶ୍ଚିମ ମୌସୁମୀ ଆଗେଇବା ପାଇଁ ଅନୁକୂଳ ରହିଛି ପାଗ । ସେପଟେ ଓଡ଼ିଶା ଉପକୂଳ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ପରବର୍ତ୍ତୀ ୪୮ ଘଣ୍ଟାରେ ଏହା ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି। ବୁଧବାର ରାଜ୍ୟର ୪ ଜିଲା କେନ୍ଦ୍ରାପଡ଼ା, କଟକ, ଯାଜପୁର, ଜଗତ୍‌ସିଂହପୁରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ବିଜୁଳି ଘଡ଼ଘଡ଼ି ସହ ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ରହିବ। ଏନେଇ ସମ୍ପୃକ୍ତ ଜିଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଡିଂ ଜାରି କରାଯାଇଛି। ଏହିସବୁ ଜିଲାରେ ବିଶେଷକରି ମଧ୍ୟାହ୍ନରୁ ସନ୍ଧ୍ୟା ପର୍ଯ୍ୟନ୍ତ ଘଡ଼ଘଡ଼ି ସହ ବର୍ଷା ପବନର ଆଶଙ୍କା ରହିଛି। ଅନ୍ୟପଟେ ରାଜ୍ୟରେ ୩୧ ତାରିଖ ପର୍ୟ୍ୟନ୍ତ ଭାରି ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି। ଏହାର ମୁକାବିଲା ଲାଗି ଏସ୍‌ଆର୍‌ସି ସମସ୍ତ ଜିଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ବିଜୁଳି ଓ ଝଡ଼ବର୍ଷାଜନିତ କ୍ଷୟକ୍ଷତି ସମ୍ପର୍କିତ ରିପୋର୍ଟ ତୁରନ୍ତ ଦାଖଲ କରିବାକୁ କୁହାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ