ଆଜିଠାରୁ ୩ ଦିନ ରାଜ୍ୟରେ ପ୍ରବଳ ବର୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠାରୁ ୩ ଦିନ ରାଜ୍ୟରେ ପ୍ରବଳ ବର୍ଷା । ଆଗାମୀ ୨୪ ଘଣ୍ଟା ୪ ଉପକୂଳ ଜିଲ୍ଲାରେ ଅତି ପ୍ରବଳ ବର୍ଷା ! ୩ ଦିନ ଭିତରେ ମୌସୁମୀ ପହଞ୍ଚିବା ସମ୍ଭାବନା । ଦକ୍ଷିଣ-ପଶ୍ଚିମ ମୌସୁମୀ ଆଗେଇବା ପାଇଁ ଅନୁକୂଳ ରହିଛି ପାଗ । ସେପଟେ ଓଡ଼ିଶା ଉପକୂଳ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ପରବର୍ତ୍ତୀ ୪୮ ଘଣ୍ଟାରେ ଏହା ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି। ବୁଧବାର ରାଜ୍ୟର ୪ ଜିଲା କେନ୍ଦ୍ରାପଡ଼ା, କଟକ, ଯାଜପୁର, ଜଗତ୍‌ସିଂହପୁରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ବିଜୁଳି ଘଡ଼ଘଡ଼ି ସହ ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ରହିବ। ଏନେଇ ସମ୍ପୃକ୍ତ ଜିଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଡିଂ ଜାରି କରାଯାଇଛି। ଏହିସବୁ ଜିଲାରେ ବିଶେଷକରି ମଧ୍ୟାହ୍ନରୁ ସନ୍ଧ୍ୟା ପର୍ଯ୍ୟନ୍ତ ଘଡ଼ଘଡ଼ି ସହ ବର୍ଷା ପବନର ଆଶଙ୍କା ରହିଛି। ଅନ୍ୟପଟେ ରାଜ୍ୟରେ ୩୧ ତାରିଖ ପର୍ୟ୍ୟନ୍ତ ଭାରି ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି। ଏହାର ମୁକାବିଲା ଲାଗି ଏସ୍‌ଆର୍‌ସି ସମସ୍ତ ଜିଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ବିଜୁଳି ଓ ଝଡ଼ବର୍ଷାଜନିତ କ୍ଷୟକ୍ଷତି ସମ୍ପର୍କିତ ରିପୋର୍ଟ ତୁରନ୍ତ ଦାଖଲ କରିବାକୁ କୁହାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ