Masthead

ଆସନ୍ତା ୭ ଦିନ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ । ଆସନ୍ତା ୭ ଦିନ ଯାଏଁ ରାଜ୍ୟରେ ବର୍ଷା ସଂଭାବନା। ଏବେ ରାଜ୍ୟରେ ମୌସୁମୀ ଅଗ୍ରସର ପାଇଁ ପାଗ ଅନୁକୂଳ ଥିବା ସୂଚନା ଦେଇଛି ପାଣିପାଗ ବିଭାଗ । ତେବେ ଆଗକୁ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି । ଏହା ମୌସୁମୀକୁ ଅଗ୍ରସର କରାଇବାକୁ ଅନୁକୂଳ ସ୍ଥିତି ସୃଷ୍ଟି କରିବ ବୋଲି ଭାରତୀୟ ପାଣିପାଗ ବିଭାଗ ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି । ଆସନ୍ତା ୨ରୁ ୩ ଦିନରେ ରାଜ୍ୟତମାମ ଅଧିକ ବର୍ଷା ହେବ । ଦକ୍ଷିଣ ଓଡ଼ିଶାରେ ମୌସୁମୀ ବର୍ଷା ହେଉଛି । ଆଗକୁ ଉତ୍ତର ଓଡ଼ିଶାରେ ଭଲ ବର୍ଷା ହେବ । ଆଗକୁ ପାଣିପାଗ ପୂର୍ବାନୁମାନକୁ ଆହୁରି କ୍ରିୟାଶୀଳ କରିବାକୁ ଏଆଇ ପ୍ରୟୋଗ କରାଯିବ । ଏହା ପୂର୍ବାପେକ୍ଷା ଠିକ୍‌ ପୂର୍ବାନୁମାନ କରିବ । ଏହା ଲୋକଙ୍କୁ ତ୍ୱରିତ୍‌ ଓ ରିଅଲ ଟାଇମ୍‌ ପୂର୍ବାନୁମାନ ଦେବ । ଏବେ ମୌସୁମୀ ମୋବାଇଲ ଆପସ୍‌ ଜରିଆରେ ଲୋକେ ପଞ୍ଚାୟତସ୍ତରରେ ପାଣିପାଗ ପୂର୍ବାନୁମାନ ପାଉଛନ୍ତି।

ପ୍ରତି ଗାଁ ସ୍ତରରେ ତ୍ୱରିତ୍‌ ପାଣିପାଗ ପୂର୍ବାନୁମାନ ପହଞ୍ଚାଇବାକୁ ଆମେ କାମ କରୁଛୁ । ଆସନ୍ତା ୫ ବର୍ଷରେ ମିଶନ ମୌସମ୍‌ ଅଧିକ କ୍ରିୟାଶୀଳ ହେବ ବୋଲି ସେ କହିଛନ୍ତି । ଆଇଏମ୍‌ଡିର ପୂର୍ବାନୁମାନ କହୁଛି, ଆସନ୍ତା ୨୦ ତାରିଖ ପରେ ଉତ୍ତର ଓ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇପାରେ । ଏହା ପ୍ରଭାବରେ ମୌସୁମୀ ଅଗ୍ରସର ହେବ । ତେବେ ଆଜି ଗଜପତି, ରାୟଗଡ଼ା, କଳାହାଣ୍ଡି ଓ କୋରାପୁଟରେ ପ୍ରବଳ ବର୍ଷା ହୋଇପାରେ । ଉପକୂଳ ଓଡ଼ିଶା, ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ଅଛି । ସୋମବାର ସୁନ୍ଦରଗଡ଼ ଓ କେନ୍ଦୁଝରରେ ପ୍ରବଳରୁ ଅତିପ୍ରବଳ ବର୍ଷା ଆଶଙ୍କା ଅଛି । ଏଥିପାଇଁ ପାଣିପାଗ ବିଭାଗ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି । ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଗଜପତି, ରାୟଗଡ଼ା ଓ କୋରାପୁଟରେ ପ୍ରବଳ ବର୍ଷା ହୋଇପାରେ । ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ମଧ୍ୟ ବର୍ଷା ସମ୍ଭାବନା ଅଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ