Masthead

ଆଜିଠୁ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠୁ ୨୮ ଯାଏ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା । ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ପ୍ରଭାବରେ ବର୍ଷିବ । ବଜ୍ରପାତ ସହ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗର ସତର୍କତା ଜାରି । ଆଜି ୩ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି । ଏଥିପାଇଁ ଆସନ୍ତା ୨ଦିନ କେତେକ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ଆଉ କେତେକ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବ। ଏକ ଟ୍ରପ୍‌ଲାଇନ ବାୟୁମଣ୍ଡଳର ଉପରି ଭାଗରେ ରହିଛି। ଏହା ପ୍ରଭାବରେ ଆସନ୍ତା ୨୮ ତାରିଖ ପର୍ୟ୍ୟନ୍ତ ପ୍ରବଳ ବର୍ଷା ଜାରି ରହିବ। ୨୫ ଓ ୨୬ ତାରିଖରେ ସମୁଦ୍ର ଅଶାନ୍ତ ରହିବ। ଏହି ୨ଦିନ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଦିଆଯାଇଛି।

ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଅନୁଯାୟୀ, ଆଜି ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ସୁବର୍ଣ୍ଣପୁର, ରାୟଗଡ଼ା, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, କଟକ ଓ ଗଜପତି ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହିସବୁ ଜିଲାରେ ଝଟକା ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ବୋହିବାର ସମ୍ଭାବନା ରହିଛି। ସେହିପରି କୋରାପୁଟ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ପୁରୀ, ଖୋର୍ଦ୍ଧା, ନୟାଗଡ଼ ଓ ଗଜପତି ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବା ସାଙ୍ଗକୁ ଝଟକା ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ରହିବ ବୋଲି ଆକଳନ କରାଯାଇଛି। ତେଣୁ ଏ ସମସ୍ତ ଜିଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ନିଂ ଜାରି କରିଛି। ୨୬ ତାରିଖରେ କେନ୍ଦୁଝର ଓ ମୟୂରଭଞ୍ଜ ଜିଲାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ୨ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ