ଆଜିଠୁ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠୁ ୨୮ ଯାଏ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା । ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ପ୍ରଭାବରେ ବର୍ଷିବ । ବଜ୍ରପାତ ସହ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗର ସତର୍କତା ଜାରି । ଆଜି ୩ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି । ଏଥିପାଇଁ ଆସନ୍ତା ୨ଦିନ କେତେକ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ଆଉ କେତେକ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବ। ଏକ ଟ୍ରପ୍‌ଲାଇନ ବାୟୁମଣ୍ଡଳର ଉପରି ଭାଗରେ ରହିଛି। ଏହା ପ୍ରଭାବରେ ଆସନ୍ତା ୨୮ ତାରିଖ ପର୍ୟ୍ୟନ୍ତ ପ୍ରବଳ ବର୍ଷା ଜାରି ରହିବ। ୨୫ ଓ ୨୬ ତାରିଖରେ ସମୁଦ୍ର ଅଶାନ୍ତ ରହିବ। ଏହି ୨ଦିନ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଦିଆଯାଇଛି।

ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଅନୁଯାୟୀ, ଆଜି ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ସୁବର୍ଣ୍ଣପୁର, ରାୟଗଡ଼ା, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, କଟକ ଓ ଗଜପତି ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହିସବୁ ଜିଲାରେ ଝଟକା ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ବୋହିବାର ସମ୍ଭାବନା ରହିଛି। ସେହିପରି କୋରାପୁଟ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ପୁରୀ, ଖୋର୍ଦ୍ଧା, ନୟାଗଡ଼ ଓ ଗଜପତି ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବା ସାଙ୍ଗକୁ ଝଟକା ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ରହିବ ବୋଲି ଆକଳନ କରାଯାଇଛି। ତେଣୁ ଏ ସମସ୍ତ ଜିଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ନିଂ ଜାରି କରିଛି। ୨୬ ତାରିଖରେ କେନ୍ଦୁଝର ଓ ମୟୂରଭଞ୍ଜ ଜିଲାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ୨ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ