Masthead

ସୃଷ୍ଟି ହେଲା ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସ୍ପଷ୍ଟଚିହ୍ନିତ ଲଘୁଚାପ । ଆଗାମୀ ୨୪ ଘଣ୍ଟାରେ ଓଡ଼ିଶା ଦେଇ ଗତିକରିବା ସମ୍ଭାବନା । ଏହାର ପ୍ରଭାବରେ ଆଜି ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ହେବ । ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ ସମ୍ବଲପୁରରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । କିଛି ସ୍ଥାନରେ ୨୦୦ମିମିରୁ ଅଧିକ ବର୍ଷିବାର ସମ୍ଭାବନା ରହିଛି । ଆଇଏମ୍‌ଡି ମହାନିର୍ଦ୍ଦେଶକକହିଛନ୍ତି, ସେପ୍ଟେମ୍ବର ମାସରେ ଓଡ଼ିଶାରେ ସ୍ୱାଭାବିକ ପରିମାଣର ବର୍ଷା ହେବ । ସେପ୍ଟେମ୍ବର ମାସରେ ଦେଶରେ ସ୍ୱାଭାବିକଠାରୁ ଅଧିକ ବର୍ଷା ହୋଇପାରେ । ମାସ ଆରମ୍ଭ ସୁଦ୍ଧା ୧୦୭% ବର୍ଷା ହୋଇଛି ।

ସ୍ୱାଭାବିକଠାରୁ ପ୍ରାୟ ୭% ଅଧିକ ବର୍ଷା ହୋଇଛି । ସାଧାରଣତଃ ୧୩ରୁ ୧୪ଟି ଲଘୁଚାପ ବା ଅବପାତ ସୃଷ୍ଟି ହୋଇଥାଏ । ଏଥର ୧୬ଟି ଲଘୁଚାପ ସୃଷ୍ଟି ସମ୍ଭାବନା ଅଛି । ଲଘୁଚାପ ହେଲେ ଦକ୍ଷିଣ ପଶ୍ଚିମ ଭାଗରେ ଅଧିକ ବର୍ଷା ହୁଏ ବୋଲି ସେ କହିଛନ୍ତି । ପାଣିପାଗ ବିଭାଗର ଆକଳନ ଅନୁସାରେ, ଗତକାଲି ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଶୁକ୍ରବାର ପଶ୍ଚିମ ଓଡ଼ିଶାର ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ବରଗଡ଼ରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ୬ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁରରେ ଭାରି ବର୍ଷା ଆଶଙ୍କା ଅଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ